fbpx

ଏକାମ୍ର ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

Advertisement

ଭୁବନେଶ୍ୱର: ଏକାମ୍ର ପ୍ରକଳ୍ପର ଆଜି ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବେଦ, ମନ୍ତ୍ର ଓ ପୂଜାପାଠରେ କମ୍ପୁଛି ଏକାମ୍ରକ୍ଷେତ୍ର । ସୃଷ୍ଟି ହୋଇଛି ଆଧ୍ୟାତ୍ମିକ ପରିବେଶ । ଆମେନିଟିଜ୍ ଆଣ୍ଡ ମନ୍ୟୁମେଣ୍ଟସ୍ ରିଭାଇଭାଲ୍ ପ୍ଲାନର ଶିଳାନ୍ୟାସ । ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଧ୍ୟାତ୍ମିକ ପରିବେଶରେ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ । ଶିଳାନ୍ୟାସ ପରେ ଯଜ୍ଞ ପୂର୍ଣ୍ଣାହୁତିରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ । ଏହି ପ୍ରକଳ୍ପ ପାଇଁ ଜମି ଦେଇଥିବା ୧୦୧ ସେବାୟତ ଓ ଅନ୍ୟ ପରିବାରଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ । ଏକାମ୍ର ପ୍ରକଳ୍ପର ଶିଳାନ୍ୟାସ ପୂର୍ବରୁ ସମସ୍ତ କାର୍ଯ୍ୟର ସମୀକ୍ଷା କରିଥିଲେ 5T ସଚିବ ଭିକେ ପାଣ୍ଡିଆନ । ଯଜ୍ଞସ୍ଥଳୀରେ ପହଞ୍ଚି ପ୍ରଥମ ଶିଳା ସ୍ଥାନକୁ ନିରୀକ୍ଷଣ କରି ଯଜ୍ଞ ସ୍ଥଳୀ ଯାଇଥିଲେ । ସେଠାରେ ସମସ୍ତ ବ୍ୟବସ୍ଥାକୁ ତଦାରଖ କରିଥିଲେ ।

 

ପ୍ରକଳ୍ପ କାର୍ଯ୍ୟ ନେଇ ଉପଦେଷ୍ଟା କମିଟି ଅଧ୍ୟକ୍ଷଙ୍କ ସହ ଟିକନିକ ଆଲୋଚନା କରିଥିଲେ 5T ସଚିବ । ସବୁ ବ୍ୟବସ୍ଥାର ଯାଞ୍ଚ କରିଥିଲେ 5T ସଚିବ । ଯଜ୍ଞସ୍ଥଳୀରୁ ଶ୍ରୀଲିଙ୍ଗରାଜ ମନ୍ଦିରକୁ 5T ସଚିବ ହାତ ଯୋଡ଼ି ମହାପ୍ରଭୁଙ୍କ ଆଶିଷ କାମନା କରିଥିଲେ । ପୂଜକମାନେ ଶ୍ଳୋକ ପାଠ କରି ମନ୍ତ୍ରମୁଗ୍ଧ ପରିବେଶ ସୃଷ୍ଟି କରିଥିଲେ, ଯଜ୍ଞ ସ୍ଥଳୀରେ ଉପସ୍ଥିତ ଯଜ୍ଞ ଆଚାର୍ଯ୍ୟଙ୍କ ଭଲମନ୍ଦ ପଚାରି ବୁଝିବା ପରେ ଯଜ୍ଞ କୁଣ୍ଡ ପାଖରେ ପ୍ରାର୍ଥନା କରି ହୋମକୁଣ୍ଡରେ ଘିଅ ଅର୍ପଣ ଥିଲେ 5T ସଚିବ । ଅନ୍ୟମାନଙ୍କ ସହ ବିଡିଏ ଉପାଧ୍ୟକ୍ଷ ବଲବନ୍ତ ସିଂ, ଭୁବନେଶ୍ବର ମହାନଗର ନିଗମ କମିଶନର ବିଜୟ ଅମୃତା କୁଲାଙ୍ଗେ, ଖୋର୍ଦ୍ଧା ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ସମେତ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ ।

 

ଉଲ୍ଲେଖଯୋଗ୍ୟ, ସୋମବାର ମାଙ୍ଗଳିକ ଅଙ୍କୁରରୋପଣ ସରିବା ପରେ ମଙ୍ଗଳବାର ପ୍ରଭୁ ଲିଙ୍ଗରାଜଙ୍କ ମନ୍ଦିର ସମ୍ମୁଖରେ ଗଢ଼ା ହୋଇଥିବା ଯଜ୍ଞ ମଣ୍ଡପରେ ହରିହରାତ୍ମକ ଯଜ୍ଞ ଆରମ୍ଭ ହୋଇଥିଲା।  ଭୋର୍‌ ୪ଟାରୁ ବିନ୍ଦୁସାଗରରୁ କଳସ ଯାତ୍ରା ଓ ଗଙ୍ଗା ଆବାହନ କରାଯାଇଥିଲା। ପରେ ପରେ ଗୁରୁ ପୂଜନ, ପଞ୍ଚକର୍ମ, ସୂର୍ଯ୍ୟପୂଜା, ଗୋପୂଜା, ଧରିତ୍ରୀ ପୂଜା, ବାହ୍ୟଦ୍ୱାର ପୂଜା, ଦୀକ୍ଷା ଗ୍ରହଣ, ଶିଳା ପ୍ରବେଶ ଓ ମଣ୍ଡଳ ପୂଜା ସରିବା ପରେ ପ୍ରାୟ ୨ଟା ବେଳକୁ ଅଗ୍ନି ସ୍ଥାପନ (ହବନ) ଓ ଯଜ୍ଞ କର୍ମ କାର୍ଯ୍ୟ ଆରମ୍ଭ କରାଯାଇଥିଲା। ବେଦବାଚସ୍ପତି ବୀରେନ୍ଦ୍ର କିଶୋର ତ୍ରିପାଠୀଙ୍କ ସହ ୨୫ଜଣ ବ୍ରାହ୍ମଣ ଓ ବେଦପାଠୀମାନେ ଯଜ୍ଞ କରିଥିଲେ।

Get real time updates directly on you device, subscribe now.