fbpx

ଦିଲ୍ଲୀରେ ବଡ଼ ଭଉଣୀ ଗୀତା ମେହଟ୍ଟାଙ୍କ ଶେଷ ଦର୍ଶନ କଲେ ସାନ ଭାଇ ତଥା ମୁଖ୍ୟମନ୍ତ୍ରୀ ନବୀନ

AAKASH

ଭୁବନେଶ୍ୱର; ପ୍ରବାଦ ପୁରୁଷ, ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଏକମାତ୍ର କନ୍ୟା ତଥା ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଭଉଣୀ ଗୀତା ମେହଟ୍ଟାଙ୍କର ଶନିବାର ରାତିରେ ନୂଆଦିଲ୍ଲୀସ୍ଥିତ ବାସଭବନରେ ପରଲୋକ ଘଟିଛି । ଏହି ଦୁଃଖ ଖବର ପାଇବା ପରେ ଆଜି ଏକ ସ୍ୱତନ୍ତ୍ର ବିମାନରେ ଦିଲ୍ଲୀ ଗସ୍ତ କରିଥିଲେ ସାନ ଭାଇ ନବୀନ ପଟ୍ଟନାୟକ।

ତେବେ ବଡ ଭଉଣୀ ଗୀତା ମେହେଟ୍ଟାଙ୍କ ଅନ୍ତିମ ଦର୍ଶନ ଓ ଶେଷକୃତ୍ୟରେ ସାମିଲ ହେବା ଲାଗି ଦିଲ୍ଲୀରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭଉଣୀ ଗୀତାଙ୍କ ଶେଷ ଦର୍ଶନ କରିଛନ୍ତି । ଆସନ୍ତାକାଲି ଗୀତାଙ୍କ ଅନ୍ତିମ ସାଂସ୍କାର କରାଯିବ ବୋଲି ଜଣାପଡ଼ିଛି।

ସୂଚନା ଥାଉକି, ମୃତ୍ୟୁ ବେଳକୁ ଗୀତା ମେହେଟ୍ଟାଙ୍କୁ ୮୦ ବର୍ଷ ବୟସ ହୋଇଥିଲା । ଗୀତା ଏକାଧାରରେ ଜଣେ ଲେଖିକା, ବୃତ୍ତଚିତ୍ର ନିର୍ମାତା, ସାମ୍ବାଦିକା ଥିଲେ । ୧୯୪୩ରେ ଜନ୍ମିତ ଗୀତା ଭାରତ ଓ ବ୍ରିଟେନରେ ଶିକ୍ଷା ଲାଭ କରିଥିଲେ । ସେ କେମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଉଚ୍ଚ ଶିକ୍ଷା ଲାଭ କରିଥିଲେ । ସାହିତ୍ୟ ଓ ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଗତ ୨୦୧୯ ମସିହାରେ ଭାରତ ସରକାର ତାଙ୍କ ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରିବାକୁ ଘୋଷଣା କରିଥିଲେ । କିନ୍ତୁ ଏହାକୁ ପ୍ରତ୍ୟାଖ୍ୟାନ କରି ଗୀତା ଚର୍ଚ୍ଚାକୁ ଆସିଥିଲେ ।

Get real time updates directly on you device, subscribe now.