fbpx

ପୁରୀ: ମହାପ୍ରଭୁଙ୍କୁ ଦର୍ଶନ କରୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ପୁରୀ: ଆଜି ଅପରାହ୍ଣରେ ପୁରୀ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ । ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରୁଛନ୍ତି ମୁଖ୍ୟମନ୍ତ୍ରୀ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରି ଶ୍ରୀଜଗନ୍ନାଥ ବଲ୍ଲଭ ପ୍ରମୋଦ ଉଦ୍ୟାନ ବୁଲି ଦେଖିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ହେଲିକପ୍ଟରରେ ପହଞ୍ଚିଲା ପରେ ଶ୍ରୀଦାଣ୍ଡ ଦେଇ ଗଲେ ନବୀନ । ମହାପ୍ରଭୁଙ୍କୁ ଦର୍ଶନ କରି ଫେରିବା ବାଟରେ ଶ୍ରୀଜଗନ୍ନାଥ ସଂସ୍କୃତି ଆଧାରିତ ପ୍ରଦର୍ଶନୀ ଦେଖିବେ ନବୀନ । ଗତ ୧୭ ତାରିଖରେ ଲୋକାର୍ପିତ ହୋଇଥିଲା ପରିକ୍ରମା ପ୍ରକଳ୍ପ । ଲୋକାର୍ପଣ ପରେ ପରିକ୍ରମା ମାର୍ଗରେ ପଦକ୍ଷିଣ କରିଥିଲେ ମୁଖ୍ୟମନ୍ତ୍ରୀ ।

Get real time updates directly on you device, subscribe now.