fbpx

ମୁଖ୍ୟମନ୍ତ୍ରୀ ଶପଥ ଗ୍ରହଣ ସମାରୋହ : ବୁଧବାର ଅଧା ଦିନ ଛୁଟି ରହିବ ସରକାରୀ ଅଫିସ

ଭୁବନେଶ୍ଵର: ୧୨ ତାରିଖ ଅପରାହ୍ନ ୪ଟା ୪୫ରେ ଶପଥ ଗ୍ରହଣ କରିବେ ଓଡିଶାର ନୂଆ ମୁଖ୍ୟମନ୍ତ୍ରୀ । ଏଥିଲାଗି ପୁରା ପ୍ରସ୍ତୁତ ହୋଇ ରହିଛି ରାଜଧାନୀର ଜନତା ମୈଦାନ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କ ଶପଥଗ୍ରହଣ ଉତ୍ସବରେ ସାମିଲ ହେବାକୁ ଓଡ଼ିଶା ଆସୁଛନ୍ତି । ଏଥିଲାଗି ଟ୍ରାଫିକ କଟକଣାଠାରୁ ସୁରକ୍ଷା ବ୍ୟବସ୍ଥା ପର୍ଯ୍ୟନ୍ତ ସବୁକୁ କଡାକଡି କରାଯାଇଛି।

ସୁରକ୍ଷା ଦାୟିତ୍ଵରେ ମୋଟ୍ ୬୭ ପ୍ଲାଟୁନ୍ ପୁଲିସ୍ ଫୋର୍ସ ମୁତୟନ ହେବେ। ଏହାରି ମଧ୍ୟରେ କାଲି (ବୁଧବାର) ଭୁବନେଶ୍ଵରର ସମସ୍ତ ସରକାରୀ କାର୍ଯ୍ୟାଳୟ ଅଧା ଦିନ ଛୁଟି ରହିବ। ଅପରାହ୍ନ ୧ଟାରୁ ଏହି ଛୁଟି ଲାଗୁ ହେବ। ରାଜସ୍ଵ ଓ ବିପର୍ଯ୍ୟୟ ପ୍ରଶମନ ପରିଚାଳନା ବିଭାଗ ପକ୍ଷରୁ ଏହି ବିଜ୍ଞପ୍ତି ଜାରି ହୋଇଛି।

ତେବେ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ସମାରୋହରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଶପଥପାଠ ସମାରୋହରେ ଯୋଗଦେବେ ପାଖାପାଖି ୩୫ ହଜାର ଜନତା । ଅନ୍ୟପଟେ ଜନତା ମୈଦାନ ସୁରକ୍ଷାର ପ୍ରତିଟି ଦିଗ ଉପରେ କମିସନରେଟ୍‌ ନଜର ରଖିଛି। ସମ୍ପୂର୍ଣ୍ଣ ଜନତା ମୈଦାନକୁ ସିସିଟିଭି ନଜରରେ ରଖାଯାଇଥିବା ବେଳେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଭିଭିଆଇପିଙ୍କ ବିମାନବନ୍ଦରରେ ପହଞ୍ଚିବା ଠାରୁ ହୋଟେଲରେ ରହିବା, ଉତ୍ସବସ୍ଥଳକୁ ଯିବା ଏବଂ ବିମାନବନ୍ଦରକୁ ଫେରିବା ପର୍ୟ୍ୟନ୍ତ ସବୁଠି ପୁଲିସ ଛାଉଣୀ କରାଯିବ। ଟ୍ରାଫିକରେ ସମସ୍ୟା ଦେଖାନଦେବା ପାଇଁ ମଧ୍ୟ ସ୍ବତନ୍ତ୍ର ବ୍ଲୁ-ପ୍ରିଣ୍ଟ ପ୍ରସ୍ତୁତ କରାଯାଇଛି।

Get real time updates directly on you device, subscribe now.