fbpx

ବିଦାୟୀ ରାଜ୍ୟପାଳଙ୍କୁ ରାଜଭବନରେ ସୌଜନ୍ୟମୂଳକ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ

Advertisement

ଭୁବନେଶ୍ଵର: (ଓଡ଼ିଶା ଭାସ୍କର) ବିଦାୟୀ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ଙ୍କୁ ରାଜଭବନରେ ସୌଜନ୍ୟମୂଳକ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଚଳିତ ମାସ ୨୭ ତାରିଖରେ ବିଦାୟ ନେବେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ । ଅକ୍ଟୋବର ୩୧ ତାରିଖରେ ଶପଥ ନେବେ ନୂଆ ରାଜ୍ୟପାଳ ରଘୁବର ଦାସ । ଓଡ଼ିଶାର ନୂଆ ରାଜ୍ୟପାଳ ଭାବରେ ନିଯୁକ୍ତ ହୋଇଛନ୍ତି ରଘୁବର ଦାସ । ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀ ରଘୁବର ଦାସ ଏବେ ଓନିଶାର ଏକ ବଡ଼ ପଦବୀର ଭାର ସମ୍ଭାଳିବେ ।

ଗତ ଅଠର ତାରିଖରେ ରାଷ୍ଟ୍ରପତି ଭବନରୁ ଏ ନେଇ ସୂଚନା ଜାରି କରାଯାଇଥିଲା । ପ୍ରଫେସର ଗଣେଶୀଲାଲଙ୍କ ସ୍ଥାନରେ ରଘୁବର ଦାସଙ୍କୁ ଏହି ଦାୟିତ୍ୱ ପ୍ରଦାନ କରାଯାଇଛି । ଅକ୍ଟୋବର ୩୧ରେ ନୂଆ ରାଜ୍ୟପାଳ ଭାବେ ଶପଥ ନେବେ । ଓଡ଼ିଶାର ରାଜ୍ୟପାଳ ଭାବରେ ପ୍ରଫେସର ଗଣେଶୀଲାଲଙ୍କ ଅବଧି ସରିବା ପରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତ କରାଯାଇଛି । ତେବେ ଏନେଇ ଗୁରୁବାର ବିଦାୟୀ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ଙ୍କୁ ରାଜଭବନରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ।

Get real time updates directly on you device, subscribe now.