fbpx

ଦ୍ରୌପଦୀ ମୁର୍ମୁଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଦ୍ରୌପଦୀ ମୁର୍ମୁଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ତାଙ୍କୁ ଓଡିଶା ଲୋକଙ୍କ ତରଫରୁ ଶୁଭେଚ୍ଛା ଜଣାଇଛନ୍ତି ଏବଂ ତାଙ୍କ ସଫଳତା ପାଇଁ ଓଡିଶାର ଲୋକମାନେ ବହୁତ ଗର୍ବିତ ବୋଲି କହିଛନ୍ତି। ଭାରତର ୧୫ତମ ରାଷ୍ଟ୍ରପତି ଭାବେ ଆସନ୍ତା ୨୫ ତାରିଖରେ ଶପଥ ନେବେ ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତିଙ୍କ ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ଯୋଗଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଯୋଗ ଦେବାକୁ ନିମମନ୍ତ୍ରଣ ମିଳିଥିବା ବେଳେ ଏଥି ଲାଗି ସେ ଆସନ୍ତା ୨୩ ତାରିଖରେ ଦିଲ୍ଲୀ ଗସ୍ତ କରିବେ ।

୪ ଦିନିଆ ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ କେତେଜଣ କେନ୍ଦ୍ରମନ୍ତ୍ରୀଙ୍କୁ ସାକ୍ଷାତ କରିବେ ବୋଲି ସୂଚନା ମିଳିଛି । ଏହାପରେ ୨୬ ତାରିଖରେ ଓଡ଼ିଶା ପ୍ରତ୍ୟାବର୍ତ୍ତନ କରିବେ । ମୁଖ୍ୟମନ୍ତ୍ରୀଙ୍କ ସହିତ ଅନ୍ୟ ବିଜେପି ଶାସିତ ମୁଖ୍ୟମନ୍ତ୍ରୀ ଏବଂ ଆନ୍ଧ୍ର ମୁଖ୍ୟମନ୍ତ୍ରୀ ୱାଇ ଏସ. ଜଗନମୋହନ ରେଡ୍ଡି ମଧ୍ୟ ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ଯୋଗ ଦେବେ ବୋଲି ଜଣାପଡିଛି ।

Get real time updates directly on you device, subscribe now.