fbpx

୨୮୪ଜଣ ପ୍ରାର୍ଥୀଙ୍କୁ ନିଯୁକ୍ତି ପତ୍ର ବାଣ୍ଟିବେ ମୁଖ୍ୟମନ୍ତ୍ରୀ: ଜାଣନ୍ତୁ କେଉଁ କେଉଁ ବିଭାଗ ପାଇଁ ହେବ ଭର୍ତ୍ତି

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଆଜି ନବନିଯୁକ୍ତ ୨୮୪ଜଣ ପ୍ରାର୍ଥୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିବେ । ଭୁବନେଶ୍ୱର ଲୋକସେବା ଭବନରେ ଆୟୋଜିତ ହେବାକୁ ଥିବା ଏକ ସ୍ୱତନ୍ତ୍ର ଉତ୍ସବରେ ମୁଖ୍ୟମନ୍ତ୍ରୀ ନିଯୁକ୍ତିପତ୍ର ବଣ୍ଟନ କରିବେ । ନିଯୁକ୍ତି ପତ୍ର ପାଇବାକୁ ଥିବା ପ୍ରାର୍ଥୀ, ଶକ୍ତିବିଭାଗ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ଏବଂ ଓଡ଼ିଶା ଖଣି ନିଗମ ପାଇଁ ମନୋନୀତ ହୋଇଛନ୍ତି ।

ନିକଟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୧୯ହଜାର ୯ଜଣ କନିଷ୍ଠ ଶିକ୍ଷକଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଥିଲେ । ରାଜ୍ୟରେ ବିଜେପି ସରକାର କ୍ଷମତାକୁ ଆସିବା ପରେ ପ୍ରଥମଥର ପାଇଁ ଏତେ ସଂଖ୍ୟକ ନିଯୁକ୍ତି ପତ୍ର ଏକକାଳୀନ ପ୍ରଦାନ କରାଯାଇଛି ।

Get real time updates directly on you device, subscribe now.