fbpx
BJD SKY
BJD SKY

ଆଜି ସମ୍ମାନିତ ହେବେ ମୁଖ୍ୟମନ୍ତ୍ରୀ

BJD

ଭୁବନେଶ୍ୱର : ଦୃଢ଼ ନେତୃତ୍ୱ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ରବିବାର ଜୀବନବ୍ୟାପୀ ସାଧନା ସମ୍ମାନ ବା ଲାଇଫ୍  ଟାଇମ୍ ଆଚିଭମେଣ୍ଟ ଆୱାର୍ଡ ପ୍ରଦାନ କରାଯିବ । ଦିଲ୍ଲୀସ୍ଥିତ ଇଣ୍ଡିଆ ଇଣ୍ଟରନ୍ୟାସନାଲ୍ ସେଣ୍ଟର ଅଡିଟୋରିୟମ୍ ରେ କ୍ୟାପିଟାଲ୍ ଫାଉଣ୍ଡସେନ୍ ସୋସାଇଟି ପକ୍ଷରୁ ଏହି ସମ୍ମାନ ପ୍ରଦାନ କରାଯିବ ।

ସୁପ୍ରିମକୋର୍ଟର ପୂର୍ବତନପ୍ରଧାନ ବିଚାରପତି ଏନ.ଭି ରମନ୍ନାଙ୍କ ଠାରୁ ମୁଖ୍ୟମନ୍ତ୍ରୀ ଏହି ସମ୍ମାନଜନକ ପୁରସ୍କାର ଗ୍ରହଣ କରିବେ । ନବୀନଙ୍କୁ ଏହି ସମ୍ମାନ ମିଳୁଥିବାରୁ ଏହାକୁ ଉତ୍ସବଭାବେ ପାଳିବାକୁ ବିଜେଡି ପକ୍ଷରୁ ସମସ୍ତ ପ୍ରସ୍ତୁତି କରାଯାଯାଇଛି । ସେହିପରି ୬ ତାରିଖ ଦିନ ମୁଖ୍ୟମନ୍ତ୍ରୀ ଦିଲ୍ଲୀରୁ ଫେରିବା ପରେ ତାଙ୍କୁ ଉଚ୍ଛ୍ୱସିତ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇବାକୁ ଦଳ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି । ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ତଥା ଓଡ଼ିଆ ଆଇନଜ୍ଞ ଜଷ୍ଟିସ ଅନଙ୍ଗ କୁମାର ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ପରିଚାଳିତ ‘କ୍ୟାପିଟାଲ ଫାଉଣ୍ଡେସନ ସୋସାଇଟି’ ପକ୍ଷରୁ ଚଳିତବର୍ଷ ବାର୍ଷିକ ପୁରସ୍କାର ପ୍ରଦାନ ସମାରୋହ ଆସନ୍ତାକାଲି ନୂଆଦିଲ୍ଲୀର ଇଣ୍ଡିଆ ଇଣ୍ଟରନ୍ୟାସନାଲ ସେଣ୍ଟର ଅଡିଟୋରିୟମରେ ଅନୁଷ୍ଠିତ ହେବ ।

Get real time updates directly on you device, subscribe now.