fbpx

ଆକାଶମାର୍ଗରୁ ବାତ୍ୟାଞ୍ଚଳର ଏରିଏଲ ସର୍ଭେ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଅପରାହ୍ନରେ ବାତ୍ୟାଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆକାଶମାର୍ଗରୁ ବାତ୍ୟା ‘ୟଶ’ ପରର ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ପ୍ରଭାବିତ ଅଞ୍ଚଳ ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରପଡାରେ ସେ ସ୍ଥିତି ଅନୁଧ୍ୟାନ କରିବେ । ଏନେଇ ଚିଠିଲେଖି ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ଆଦିତ୍ୟ ମହାପାତ୍ର ।

ଏହା ପୂର୍ବରୁ ଗତକାଲି ବାତ୍ୟା ପରବର୍ତ୍ତୀ ସ୍ଥିତି ସମୀକ୍ଷା କରିଥିଲେ ମୁଖ୍ୟମନ୍ତ୍ରୀ । ପ୍ରଭାବିତ ଜିଲ୍ଲାର ୧୨୮ଟି ଗାଁକୁ ୭ ଦିନ ରିଲିଫ ଦେବାକୁ ଘୋଷଣା କରିଥିଲେ । ଏହାସହ ୨୪ ଘଣ୍ଟାରେ ପ୍ରମୁଖ ରାସ୍ତାଗୁଡ଼ିକର ପୁନରୁଦ୍ଧାର ଓ ୮୦ ପ୍ରତିଶତ ବିଦ୍ୟୁତ ସରବରାହ ପାଇଁ ନିର୍ଦ୍ଦେଶ ଦେଇଥିଲେ । ଖୁବ କମ ସମୟ ମଧ୍ୟରେ ତଳିଆ ଅଞ୍ଚଳରୁ ୫ ଲକ୍ଷରୁ ଅଧିକ ଲୋକଙ୍କୁ ସ୍ଥାନାନ୍ତର କରାଯାଇଥିବାରୁ ପଂଚାୟତ ପ୍ରତିନିଧି, ଜିଲ୍ଲା ପ୍ରଶାସନ ଓ ପୁଲିସକୁ ସେମାନଙ୍କ କାର୍ଯ୍ୟ ପାଇଁ ପ୍ରଶଂସା କରିଥିଲେ ମୁଖ୍ୟମନ୍ତ୍ରୀ । ଆଜିର ବାତ୍ୟା କ୍ଷୟକ୍ଷତି ଆକଳନ ପରେ ସଂଧ୍ୟାରେ କିଛି ପ୍ୟାକେଜ ଘୋଷଣା ହୋଇପାରେ ବୋଲି ଆଶଙ୍କା ରହିଛି ।

Get real time updates directly on you device, subscribe now.