fbpx

୪୭୬ଜଣଙ୍କୁ ଆଜି ନିଯୁକ୍ତିପତ୍ର ବାଣ୍ଟିବେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନର କନ୍‍ଭେନସନ ସେଣ୍ଟରରେ ଆୟୋଜିତ ହେବାକୁ ଥିବା ନିଯୁକ୍ତି ମେଳାରେ ୪୭୬ଜଣ ପ୍ରାର୍ଥୀଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରିବେ । ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ଦ୍ୱାରା ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଭାଗୀୟ ମନ୍ତ୍ରୀଙ୍କ ସମେତ ମନ୍ତ୍ରିମଣ୍ଡଳର ଅନ୍ୟ ସଦସ୍ୟମାନେ ଯୋଗଦେବେ ବୋଲି ଜଣାପଡିଛି ।

ଅନ୍ୟପଟେ ନିଯୁକ୍ତି ପ୍ରକ୍ରିୟାକୁ ସ୍ୱଚ୍ଛ ଓ ନିରପେକ୍ଷ କରିବା ପାଇଁ ରାଜ୍ୟ ସରକାର ସ୍ୱତନ୍ତ୍ର ଆଇନ୍‌ ଆଣିବାକୁ ନିଷ୍ପତ୍ତି ନେଇଛନ୍ତି। ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ସଂସଦୀୟ ବ୍ୟାପାର ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ ଏହି ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ରାଜ୍ୟ ସରକାର ଆସନ୍ତା ୫ ବର୍ଷ ଭିତରେ ୧ ଲକ୍ଷ ୫୦ ହଜାର ପଦବୀ ପୂରଣ ପାଇଁ ପ୍ରତିଶ୍ରୁତିବଦ୍ଧ। ସେହିପରି ଆସନ୍ତା ୨ ବର୍ଷ ମଧ୍ୟରେ ସରକାର ୬୫ ହଜାର ପଦବୀ ପୂରଣ କରିବେ। ଖାଲି ପଡିଥିବା ମୋଟ୍‌ ୩୪ ହଜାର ୬୮୬ ପଦବୀକୁ ଆସନ୍ତା ଡିସେମ୍ବର ସୁଦ୍ଧା ପୂରଣ କରିବା ପାଇଁ ସରକାର ପଦକ୍ଷେପ ନେଉଛନ୍ତି।

Get real time updates directly on you device, subscribe now.