fbpx

୧୪୩ଟି ସ୍ମାର୍ଟ ବିଦ୍ୟାଳୟକୁ ଆଜି ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ୫-ଟି ଅଧୀନରେ ରାଜ୍ୟ ସରକାରଙ୍କ ପକ୍ଷରୁ ସୁନ୍ଦରଗଡ଼ ଜିଲ୍ଲାର ୬୭ଟି ସରକାରୀ ହାଇସ୍କୁଲର ରୁପାନ୍ତରଣ କାର୍ୟ୍ୟ ଶେଷ ହୋଇଥିବା ବେଳେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଉଦଘାଟନ କରିବେ । ସନ୍ଧ୍ୟା ୫ଟାରେ ଭିଡିଓ କନଫରେସିଂ ଜରିଆରେ ମୁଖ୍ୟମନ୍ତ୍ରୀ ଉଦଘାଟନ କରିବେ। ଇ-ଲାଇବ୍ରେରୀ ସାଙ୍ଗକୁ ସ୍କାର୍ଟ କ୍ଲାସର ବ୍ୟବସ୍ଥା ଏହା ଅଧୀନରେ କରାଯାଉଛି । ସୁନ୍ଦରଗଡର ୬୭ଟି ବିଦ୍ୟାଳୟ ସହ ନବରଙ୍ଗପୁରର ୧୨ଟି, ବାଲେଶ୍ବରର ୨୪ଟି, କଳାହାଣ୍ଡିର ୧୦ଟି ଓ କଟକର ୩୦ଟି ହାଇସ୍କୁଲର ଉଦଘାଟନ କାର୍ୟ୍ୟକ୍ରମ ରହିଛି । ଏ ନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ସ୍କୁଲ ପରିସର ସୁନ୍ଦର ହେବା ସହ ସ୍ମାର୍ଟ କ୍ଲାସରୁମରେ ପାଠପଢ଼ା, ଇ-ଲାଇବ୍ରେରି, ବିଜ୍ଞାନାଗାର, ଖେଳପଡ଼ିଆ, ପାନୀୟ ଜଳ ଏବଂ ସ୍ୱଚ୍ଛ ଶୌଚାଳୟ ଆଦି ନିର୍ମାଣ କରାଯାଇଛି । ହାଇସ୍କୁଲର ରୂପାନ୍ତରଣ କାର୍ୟ୍ୟ ପରେ ସରକାରୀ ହାଇସ୍କୁଲରେ ପାଠ ପଢିବା ପାଇଁ ଛାତ୍ରଛାତ୍ରୀଙ୍କ ମନରେ ଆଗ୍ରହ ବୃଦ୍ଧି ପାଇଛି । ରାଜ୍ୟ ସରକାରଙ୍କ ଏଭଳି ନିଷ୍ପତ୍ତି ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଛାତ୍ରଛାତ୍ରୀ ଓ ଅଭିଭାବକ ଧନ୍ୟବାଦ ଜଣାଇଛନ୍ତି ।

Get real time updates directly on you device, subscribe now.