fbpx

ଆଜି ମାଲକାନଗିରିରେ ସ୍ମାର୍ଟ ହେଲଥ୍‌ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ଭାସ୍କର ନ୍ୟୁଜ୍‌): ଆଜି ଠାରୁ ଆରମ୍ଭ ହେବାକୁ ଯାଉଛି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବଣ୍ଟନ । ମାଲକାନଗିରି ଜିଲ୍ଲାରୁ ଏହି ବିଏସକେୱାଇ ସ୍ମାର୍ଟ କାର୍ଡ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ । ଏଥିପାଇଁ ଶୁକ୍ରବାର ମାଲକାନଗିରି ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ଗସ୍ତ ପାଇଁ ବିଜୁ ଜନତା ଦଳର କର୍ମୀଙ୍କ ମହଲରେ ଉତ୍ସାହ ଦେଖିବାକୁ ମିଳିଛି । ରାଜ୍ୟର ବରିଷ୍ଠ ମନ୍ତ୍ରୀମାନେ ମାଲକାନଗିରିରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିବା ସହ ଦଳର ସାଙ୍ଗଠନିକ କାର୍ଯ୍ୟକ୍ରମ ସମେତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମକୁ ସଫଳ କରିବାକୁ ପ୍ରସ୍ତୁତି ଜାରି ରଖିଛନ୍ତି ।ଏଥିପାଇଁ ୩୮୧ଟି ସ୍ୱାସ୍ଥ୍ୟ କାର୍ଡ ବିତରଣ କେନ୍ଦ୍ରର ବ୍ୟବସ୍ଥା ହୋଇଛି । ଆସନ୍ତା ୨୧ରୁ ୨୫ ତାରିଖ ମଧ୍ୟରେ ସମସ୍ତ କାର୍ଡ ବଣ୍ଟନ ପାଇଁ ଲକ୍ଷ୍ୟ ରଖାଯାଇଛି ।

ସୂଚନାଯୋଗ୍ୟ ଯେ ସ୍ୱାଧିନତା ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କ ପାଇଁ ଏହି ଘୋଷଣା କରିଥିଲେ । ରାଜ୍ୟ ତଥା ଦେଶରେ ୨୦୦ରୁ ଅଧିକ ଡାକ୍ତରଖାନାରେ ଏହି ସ୍ମାର୍ଟ ହେଲଥ୍‌ କାର୍ଡ ସୁବିଧା ଲୋକ ପାଇପାରିବେ । ଓଡ଼ିଶାର ୯୬ଲକ୍ଷ ପରିବାର ଓ ସାଢେ ୩କୋଟି ଲୋକ ଏହାଦ୍ୱାରା ଉପକୃତ ହେବେ । ପ୍ରତିବର୍ଷ ମହିଳାଙ୍କ ପାଇଁ ୧୦ଲକ୍ଷ ଓ ପରିବାର ପାଇଁ ୫ଲକ୍ଷ ଟଙ୍କା ଲେଖାଏଁ ବୀମା ସହାୟତା ମିଳିବ

Get real time updates directly on you device, subscribe now.