fbpx

ସମ୍ଭାବ୍ୟ ବାତ୍ୟା ‘ଗୁଲାବ’ର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ସମ୍ଭାବ୍ୟ ବାତ୍ୟା “ଗୁଲାବ”ର ସ୍ଥିତି ଓ ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦିଲ୍ଲୀରୁ ଭିଡିଓ କନଫରେନ୍ସ ଯୋଗେ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ଦିନ ୧୧ଟା ୩୦ରେ ସମୀକ୍ଷା କରିବେ ବୋଲି ସୂଚନା ମିଳିଛି । ମୁଖ୍ୟ ଶାସନ ସଚିବ, ଏସଆରସି, ଜିଲ୍ଲାପାଳ ମାନେ ଏଥିରେ ଭାଗ ନେବେ । ସୂଚନା ଯେ, ବାତ୍ୟା ଆଜି ରାତି ୯ଟା ସୁଦ୍ଧା ଲ୍ୟାଣ୍ଡଫଲ୍ କରିବ । ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଏହାର ପ୍ରଭାବ ଅଧିକ ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂନଚା ଦିଆଯାଇଛି ।

Get real time updates directly on you device, subscribe now.