fbpx

ଜିଲ୍ଲାପାଳ ଓ ଏସ୍‌ପିଙ୍କ ମିଳିତ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ; ‘ପୋଲିସ ଲୋକଙ୍କ ବନ୍ଧୁ ବୋଲି ଜନସଚେତନତା ଜରିଆରେ ଜଣାନ୍ତୁ’

ଭୁବନେଶ୍ୱର: (ଓଡ଼ିଶା ଭାସ୍କର) ଜିଲ୍ଲାପାଳ ଓ ଏସ୍‌ପିଙ୍କ ମିଳିତ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ । ଲୋକସେବା ଭବନରେ ଚାଲିଛି ବୈଠକ । ଉପସ୍ଥିତ ଆରକ୍ଷୀ ଅଧୀକ୍ଷକଙ୍କୁ ସମ୍ବୋଧନ ଜରିଆରେ ତାଗିଦ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ‘ଅପରାଧୀ ଯେଊଁ ପଦ ମର୍ଯ୍ୟାଦାରେ ଥିଲେ ବି କାର୍ଯ୍ୟାନୁଷ୍ଠାନ ହେବ । ବିଗତ ୨୨ ବର୍ଷ ଓଡ଼ିଶା ପାଇଁ ବିରାଟ କାଳଖଣ୍ଡ ଥିଲା । ୨୦୨୨ ପର୍ଯ୍ୟନ୍ତ ମହିଳା ବିରୋଧୀ ହିଂସା ଦଣ୍ଡହାର ମାତ୍ର ୯.୭୩% । ଯାହା ଅତ୍ୟନ୍ତ ନୈରାଶ୍ୟଜନକ, ଆମ ସରକାର ଏହାକୁ ବରଦାସ୍ତ କରିବନି ।’

ଆହୁରି କହିଛନ୍ତି, ‘ସପ୍ତାହେ ଭିତରେ ଏସ୍‌ପିମାନେ ଏସର୍ମ୍ପିକତ ପେଣ୍ଡିଂ ମାମଲା ଜଣାନ୍ତୁ । ଥାନାକୁ ଆସୁଥିବା ଲୋକଙ୍କ ଅଭିଯୋଗ ଧୈର୍ଯ୍ୟର ସହ ଶୁଣନ୍ତୁ । ଯେତେବେଳେ ଆସିବେ ଶୁଣନ୍ତୁ, ରାତି ୨ରେ ଆସିଲେ ବି ଶୁଣିବେ । ପୋଲିସ ଲୋକଙ୍କ ବନ୍ଧୁ ବୋଲି ଜନସଚେତନତା ଜରିଆରେ ଜଣାନ୍ତୁ । ଥାନାରେ ଥିବା ମହିଳା ଓ ଶିଶୁ ଡେସ୍କକୁ ଅଧିକ କାର୍ଯ୍ୟଶୀଳ କରାନ୍ତୁ ।’

Get real time updates directly on you device, subscribe now.