fbpx

୨୦ଟି ଜିଲ୍ଲାରେ ଗଠନ ହେଲା ୩୪ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ; ଘୋଷଣା କଲେ ମୁଖ୍ୟମନ୍ତ୍ରୀ

Advertisement

ଭୁବନେଶ୍ୱର : (ଓଡ଼ିଶା ଭାସ୍କର) ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଗଠନ ହେବ ୩୪ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ । ଏହା ବ୍ୟତୀତ ୫ଟି NACକୁ ମୁନିସିପାଲଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୨୦ଟି ଜିଲ୍ଲାରେ ୩୪ଟି NAC ଗଠନ ହେବାସହ ୫ ଏନ୍‌ଏସିକୁ ମ୍ୟୁନିସିପାଲିଟି ଭାବେ ମଧ୍ୟ ଉନ୍ନୀତ କରାଯିବାକୁ ନିଷ୍ପତ୍ତି ।

ଅନୁଗୋଳ ଜିଲ୍ଲାର ପାଲଲହଡା ଓ ଛେଣ୍ଡିପଦା, ବାଲେଶ୍ୱର ଜିଲ୍ଲାର ବସ୍ତା ଓ ସିମୁଳିଆ, ବରଗଡ ଜିଲ୍ଲାର ପାଇକମାଳ ଓ ଭେଡେନ, ଭଦ୍ରକ ଜିଲ୍ଲାର ଅଗରପଡା, ବଲାଙ୍ଗିର ଜିଲ୍ଲାର ବେଲପଡା ଓ ସଂଇତଳା, ଯାଜପୁର ଜିଲ୍ଲାର ବିଞ୍ଝାରପୁର, ପାଣିକୋଇଲି, ଜାରକା ଓ ଚଣ୍ଡିଖୋଲ, କଳହାଣ୍ଡି ଜିଲ୍ଲାର ଜୟପାଟଣା, କନ୍ଧମାଳ ଜିଲ୍ଲାର ରାଇକିଆ, କୋରାପୁଟ ଜିଲ୍ଲାର ବୋରିଗୁମା, ନୂଆପଡା ଜିଲ୍ଲାର ସିନାପାଲି, ରାୟଗଡ ଜିଲ୍ଲାର ଚାନ୍ଦିଲି, ମୁନିଗୁଡା ଓ ବିଷମକଟକ, ସୁବର୍ଣ୍ଣପୁର ଜିଲ୍ଲାର ଡୁଙ୍ଗୁରିପାଲି, ସୁନ୍ଦରଗଡ ଜିଲ୍ଲାର ବଣେଇ, ଗଞ୍ଜାମ ଜିଲ୍ଲାର ଶେରଗଡ ଓ କୁକୁଡାଖଣ୍ଡି, ନୟାଗଡ ଜିଲ୍ଲାର କଣ୍ଟିଲୋ, ଖୋର୍ଦ୍ଧା ଜିଲ୍ଲାର ଟାଙ୍ଗୀ ଓ ବେଗୁନିଆ, କଟକ ଜିଲ୍ଲାର ସାଲେପୁର, ବଡମ୍ବା, ନରସିଂହପୁର ଓ ନିଆଳି, ମୟୁରଭଞ୍ଜ ଜିଲ୍ଲାର ବେତନଟି, ଢେଙ୍କାନାଳ ଜିଲ୍ଲାର ପରଜଙ୍ଗ ଏବଂ ବୌଦ୍ଧ ଜିଲ୍ଲାର କଣ୍ଟାମାଳକୁ NAC ଘୋଷଣା କରାଯାିଛି ।

ଜନସାଧାରଣଙ୍କ ଦାବି, କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟା, ବିକାଶ ଓ ଅର୍ଥନୈତିକ ଅଭିବୃଦ୍ଧିକୁ ଦୃଷ୍ଟିରେ ରଖି, ଏହି ନୂତନ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ ପାଇଁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି। ଅଞ୍ଚଳର ସାମଗ୍ରିକ ବିକାଶ କ୍ଷେତ୍ରରେ ନବଗଠିତ ପରିଷଦ ଗୁଡିକ କାର୍ଯ୍ୟ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି।

Get real time updates directly on you device, subscribe now.