fbpx

ଗାଇଡଲାଇନ୍ ମାନିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ

ଭୁବନେଶ୍ୱର,୨୦ ।୨(ଓଡିଶା ଭାସ୍କର): କୋଭିଡକୁ ନେଇ ଗୃହରେ ବିବୃତି ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ‘ମହାରାଷ୍ଟ୍ର ଓ ଅନ୍ୟ କିଛି ରାଜ୍ୟରେ କୋଭିଡର ପ୍ରଭାବ ଦେଖାଦେଲାଣି । ସେଥିପାଇଁ ସମସ୍ତଙ୍କୁ କୋଭିଡ ଗାଇଡଲାଇନ ମାନିବାକୁ ପଡିବ । କୋଭିଡ ମହାମାରୀ ପ୍ରତ୍ୟେକ ଗ୍ୟା ପ୍ରତ୍ୟେକ ବ୍ୟକ୍ତିକୁ ପ୍ରଭାବିତ କରିଛି । ଆମେ ଦୃଢତାର ସହ ମୁକାବିଲା କରିଛୁ ।’ ଏହା ସହ ମାସ୍କ ପିନ୍ଧିବା ସହ ସାମାଜିକ ଦୂରତା ମାନିବାକୁ ମୁଖ୍ୟମନ୍ତ୍ରୀ ଆହ୍ୱାନ ଦେଇଛନ୍ତି ।

ତେବେ ମୁଖ୍ୟମନ୍ତ୍ରୀଙ୍କ ବିବୃତି ବେଳେ କଂଗ୍ରେସ ଓ ବିଜେପି ସଦସ୍ୟ କକ୍ଷତ୍ୟାଗ କରିଥିଲେ । ଏନେଇ ସୋମବାର ଦିନ ୧୦ଟା ୩୦ ଯାଏ ଗୃହକୁ ମୁଲତବୀ କରିଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ।

Get real time updates directly on you device, subscribe now.