fbpx

ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠ: ପରବର୍ତ୍ତୀ ଶୁଣାଣି ଗଣମାଧ୍ୟମରେ ପ୍ରକାଶ ପାଇବ, ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ସୂଚ଼ନା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ହେଉଥିବା ଜନଶୁଣାଣି ଆସନ୍ତାକାଲି ବନ୍ଦ ରହିବ । ପ୍ରତ୍ୟେକ ସୋମବାର ଦିନ ଜନଶୁଣାଣି ବନ୍ଦ ରହିବ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ସେହିପରି ଆସନ୍ତାକାଲି ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି । ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଜାରି ରହିଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରଖାଯାଇଥିଲା । ତା’ ପୂର୍ବରୁ ଗତ ମାସ ୨୨ ତାରିଖରେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିଥିଲା । ୨୨ ତାରିଖ ଠାରୁ ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଆରମ୍ଭ ହେଉଥିବାରୁ ଅଭିଯୋଗ ଶୁଣାଣିକୁ ବନ୍ଦ ରଖାଯାଇଥିଲା । ଏହା ପୂର୍ବରୁ ଗତ ୨୯ ତାରିଖ ଦିନ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିଥିଲା । ତେବେ ଏହାର ପରବର୍ତ୍ତୀ ଶୁଣାଣି ସମୟ ଜନସାଧାରଣଙ୍କୁ ଗଣମାଧ୍ୟମ ଜରିଆରେ ଜଣାଇଦିଆଯିବ ବୋଲି କୁହାଯାଇଛି ।

Get real time updates directly on you device, subscribe now.