fbpx

ପୋଷ୍ୟ ସ୍କୁଲ ଗ୍ରହଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଚିଠି

ଭୁବନେଶ୍ୱର,୨୫ ।୧(ଓଡିଶା ଭାସ୍କର): ରାଜ୍ୟର ସବୁ ସାଂସଦ ଓ ବିଧାୟକମାନଙ୍କୁ ପୋଷ୍ୟ ସ୍କୁଲ ପାଇଁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗୋଟିଏ ଲେଖାଏଁ ସରକାରୀ ସ୍କୁଲକୁ ପୋଷ୍ୟ ସ୍କୁଲ କରିବାକୁ ଚିଠି ଲେଖି ଅପିଲ କରିଛନ୍ତି ନବୀନ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଢଙ୍ଗୀଙ୍କ ସମେତ ହାଇକୋର୍ଟ ବିଚାରପତି ଓ ସମସ୍ତ ସାଂସଦ ଓ ବିଧାୟକମାନଙ୍କୁ ମୁଖ୍ୟମନ୍ତ୍ରୀ ଅପିଲ୍ କରିଛନ୍ତି । ମୋ ସ୍କୁଲ କାର୍ଯ୍ୟକ୍ରମରେ ସାମିଲ ହେବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି । ଏନେଇ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.