fbpx

ମାଆ ‘ସମଲେଇ ପ୍ରକଳ୍ପ’ ଲୋକାର୍ପଣ ପୂର୍ବରୁ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

Advertisement

ଓଡିଶା ଭାସ୍କର: ଆସନ୍ତାକାଲି ପଶ୍ଚିମ ଓଡ଼ିଶାର ଇଷ୍ଟଦେବୀ ମାଆ ‘ସମଲେଇ ପ୍ରକଳ୍ପ’ର ଲୋକାର୍ପଣ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜେ ଏହି ପ୍ରକଳ୍ପର ଲୋକାର୍ପଣ କରିବେ। ତେବେ ଏହା ପୂର୍ବରୁ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ବାର୍ତ୍ତା ରଖିଛନ୍ତି ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ କହିଛନ୍ତି, ମା’ ସମଲେଶ୍ୱରୀ ହେଉଛନ୍ତି ସାରା ଓଡ଼ିଶାର ଆରାଧ୍ୟଦେବୀ । ମା’ ସମଲେଶ୍ୱରୀଙ୍କ ମନ୍ଦିର ଆସ୍ଥା ଓ ବିଶ୍ୱାସର କେନ୍ଦ୍ର । ଲୋକଙ୍କ ଭାବାବେଗକୁ ଦୃଷ୍ଟିରେ ରଖି ମନ୍ଦିରର ରୂପାନ୍ତରଣ କରାଯାଇଛି । ଏହା କୋଟି କୋଟି ଭକ୍ତଙ୍କ ଆସ୍ଥାର ପ୍ରକଳ୍ପ । ମା’ଙ୍କ ଆଶୀର୍ବାଦରୁ ପ୍ରକଳ୍ପ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । ସେହିପରି ମା’ଙ୍କ କୃପାରୁ ରେକର୍ଡ ସମୟ ଭିତରେ ପ୍ରକଳ୍ପ କାମ ସରିଛି । ଏହି ପ୍ରକଳ୍ପ ଓଡ଼ିଶାର ପର୍ୟ୍ୟଟନ ଓ ଅର୍ଥନୀତିକୁ ଆଗକୁ ନେବ । ଏକାସାଙ୍ଗରେ ହଜାର ହଜାର ଶ୍ରଦ୍ଧାଳୁ ମହାନଦୀ ଆଳତୀ ଦେଖିପାରିବେ । ସମଲେଇ ପ୍ରକଳ୍ପ ଭାଇଚାରା ଓ ମା’ଙ୍କ ଆଶୀର୍ବାଦର ପରିଚୟ । ରୂପାନ୍ତରଣ ପରେ ୩୮ ଏକର ଜାଗାରେ ଝଲସୁଛି ମା’ ସମଲେଶ୍ୱରୀଙ୍କ ମନ୍ଦିର ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଏଠାରେ କହି ରଖୁଛୁ ଯେ, ପ୍ରକଳ୍ପ ଲୋକାର୍ପଣ ଉପଲକ୍ଷେ ଆସନ୍ତାକାଲି ମା’ଙ୍କ ପୀଠରେ ହଜାର ହଜାର ଭକ୍ତଙ୍କ ସମାଗମ ହେବ। ଏଣୁ ଏହାକୁ ଦୃ୍ଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ସୁରକ୍ଷା ଦୃଷ୍ଟିରୁ ୩୫ ପ୍ଲାଟୁନ ଫୋର୍ସ ମୁତୟନ କରାଯିବ। ଶ୍ରଦ୍ଧାଳୁଙ୍କ ଦର୍ଶନ ପାଇଁ ବ୍ୟାରିକେଡ୍ ବ୍ୟବସ୍ଥା ମଧ୍ୟ କରାଯାଇଛି। ଲୋକାର୍ପଣ ଦିନ ସନ୍ଧ୍ୟାରେ ସାଂସ୍କୃତିକ ତଥା ଆଧ୍ୟାତ୍ମିକ କାର୍ୟ୍ୟକ୍ରମର ଆୟୋଜନ କରାଯିବ। ତେବେ କାଲି ଉଦଘାଟନ ଉତ୍ସବ ପାଇଁ ସକାଳ ୯ଟାରୁ ମଧ୍ୟାହ୍ନ ୨ଟା ଯାଏ ସାଧାରଣ ଦର୍ଶନ ବନ୍ଦ ରହିବ।

Get real time updates directly on you device, subscribe now.