ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ସନ୍ଧ୍ୟାରେ ଦିଲ୍ଲୀ ଗସ୍ତରେ ଯାଇଛନ୍ତି। ଆସନ୍ତାକାଲି ସେ ପୂର୍ବାହ୍ନରେ ସଡ଼କ ପରିବହନ ଓ ଜାତୀୟ ରାଜପଥ ମନ୍ତ୍ରାଳୟ ଦ୍ବାରା ଆୟୋଜିତ ଜାତୀୟ ରାଜପଥ ନିର୍ମାଣ ସମୀକ୍ଷା ବୈଠକରେ ଯୋଗ ଦେବେ। ମୁଖ୍ୟମନ୍ତ୍ରୀ ଅଗଷ୍ଟ ୧୪ ତାରିଖ ପୂର୍ବାହ୍ନରେ ଭୁବନେଶ୍ୱର ଫେରିବେ।
ଏହି ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବହୁ କେନ୍ଦ୍ରମନ୍ତ୍ରୀ ଓ କେନ୍ଦ୍ରୀୟ ନେତୃତ୍ୱଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ଥିବା ସୂଚନା ମିଳିଛି। ଏହା ପୂର୍ବରୁ ଜୁଲାଇ ୨୬ ତାରିଖରେ ନୀତି ଆୟୋଗ ବୈଠକରେ ଯୋଗ ଦେବା ପାଇଁ ମୁଖ୍ୟମନ୍ତ୍ରୀ ୪ ଦିନିଆ ଦିଲ୍ଲୀ ଗସ୍ତରେ ଯାଇଥିଲେ ।ଏଥିସହ ସେ ରାଜ୍ୟର ବିଭିନ୍ନ ପ୍ରସଙ୍ଗକୁ ନେଇ ମଧ୍ୟ କେନ୍ଦ୍ରମନ୍ତ୍ରୀମାନଙ୍କୁ ଭେଟିଥିଲେ।