fbpx

ରାଜଧାନୀରେ ନାବାଳିକାଙ୍କୁ ଗଣଦୁଷ୍କର୍ମ

ଭୁବନେଶ୍ୱର, ୫ା୯(ଓଡ଼ିଶା ଭାସ୍କର): ଦେଶ ଓ ରାଜ୍ୟରେ ଦିନକୁ ଦିନ ଦୁଷ୍କର୍ମ ଓ ହତ୍ୟା ଭଳି ଜଘନ୍ୟ କାଣ୍ଡ ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ ରାଜଧାନୀ ଭୁବନେଶ୍ୱରରେ ନାବାଳିକାଙ୍କୁ ଗଣଦୁର୍ଷ୍କମ କରାଯାଇଥିବା ସୂଚନା ମିଳିଛି । ଲକଡାଉନ ବେଳେ ନାବାଳିକାଙ୍କୁ ଗଣଦୁଷ୍କର୍ମ କରାଯାଇଥିବା ନେଇ ମାମଲା ରୁଜୁ ହୋଇଛି । ଭୁବନେଶ୍ୱର ଡିସିପି ଉମାଶଙ୍କର ଦାସ ଏନେଇ ସୂଚନା ଦେଇଛନ୍ତି । ଭୁବନେଶ୍ୱର ମହିଳା ଥାନାରେ ଏହି ମାମଲା ରୁଜୁ ହୋଇଛି । ଅଭିଯୋଗ ଆଧାରରେ କିଛି ଅଭିଯୁକ୍ତଙ୍କୁ ପୋଲିସ ଅଟକ ରଖିଥିବା ସୂଚନା ରହିଛି ।

ଏକ ବୈଦ୍ୟୁତିକ ଗଣମାଧ୍ୟମର ୨ଜଣ କର୍ମଚାରୀଙ୍କ ସମ୍ପୃକ୍ତି ଥିବା ଅଭିଯୋଗ ହୋଇଛି । ଏହାସହ ଗଣଦୁଷ୍କର୍ମ ମାମଲାରେ ୨ଜଣ ସୁରକ୍ଷା କର୍ମଚାରୀ ମଧ୍ୟ ସାମିଲ ଥିବା ଜଣାପଡ଼ିଛି । ଜଣେ ପୋଲିସ ଅଧିକାରୀ ଓ ତାଙ୍କ ୨ ସହଯୋଗୀ ସମ୍ପୃକ୍ତି ଥିବା ଅଭିଯୋଗ ହୋଇଛି । ମାର୍ଚ୍ଚ, ଏପ୍ରିଲ ମାସ ମଧ୍ୟରେ ଗଣଦୁଷ୍କର୍ମ ହୋଇଥିବା ବେଳେ ଅଗଷ୍ଟ ୩୦ରେ ଥାନାରେ ଅଭିଯୋଗ କରିଛନ୍ତି ନାବାଳିକାଙ୍କ ମାଆ ।

Get real time updates directly on you device, subscribe now.