fbpx

ଲୋକଙ୍କୁ ଗାଡ଼ି ଚଢ଼ାଇବା ମାମଲା: ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଲା ଜାମିନ୍

କଟକ(ଓଡ଼ିଶା ଭାସ୍କର): ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଆଜି ମିଳିଛି ଜାମିନ୍ । ୭ ଦିନ ପାଇଁ ଅନ୍ତରୀଣ ଜାମିନ୍ ପ୍ରଦାନ କରିଛନ୍ତି ହାଇକୋର୍ଟ । ଲୋକଙ୍କ ଉପରେ ଗାଡ଼ି ଚଢ଼ାଇ ଦେବା ମାମଲାରେ ପ୍ରଶାନ୍ତଙ୍କୁ ମିଳିଛି ଜାମିନ୍ । ସ୍ୱାସ୍ଥ୍ୟଗତ ସମସ୍ୟା ପାଇଁ ଅନ୍ତରୀଣ ଜାମିନ୍ ଦେଇଛନ୍ତି ହାଇକୋର୍ଟ । ଜାମିନ ଅବଧି ସରିବା ପରେ ଆତ୍ମସମର୍ପଣ କରିବାକୁ ପ୍ରଶାନ୍ତଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ଆଇନଜୀବୀ ରଶ୍ମୀରଞ୍ଜନ ମିଶ୍ର ସୂଚନା ଦେଇଛନ୍ତି ।

ଉଲ୍ଲେଖଯୋଗ୍ୟ, ନିକଟରେ ଗତ ମାର୍ଚ୍ଚ ୧୨ ତାରିଖରେ ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ କାର୍ଯ୍ୟାଳୟ ସାମ୍ନାରେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ବିଜେପି କର୍ମୀମାନଙ୍କର ଏକ ଶୋଭାଯାତ୍ରା ଚାଲିଥିବା ସମୟରେ ତାଙ୍କ ଗାଡ଼ିକୁ ଭିଡ଼ ଭିତରକୁ ପୁରାଇ ଦେଇଥିଲେ । ଏହି ଘଟଣାରେ କିଛି ବିଜେପି କର୍ମୀଙ୍କ ସମେତ ମୋଟ ୨୫ ଜଣ ଆହତ ହୋଇଥିଲେ ।

ତେବେ ଏହି ଘଟଣା ପରେ ଉତ୍ୟକ୍ତ ଜନତା ବିଧାୟକଙ୍କୁ ନିସ୍ତୁକ ମାଡ଼ ମାରିଥିଲେ । ତାଙ୍କୁ ଗୁରତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତି କରାଯାଇଥିଲା । ପ୍ରଶାନ୍ତ ଜଗଦ୍ଦେବ ଗତ ୨୨ ତାରିଖ ଅପରାହ୍ନରେ ହସ୍ପିଟାଲରୁ ବାହାରିବା ପରେ ଲୋକଙ୍କ ଉପରେ ଗାଡି ଚଢାଇବା ଅଭିଯୋଗରେ ପୋଲିସ ତାଙ୍କୁ ଗିରଫ କରିଥିଲା ।

Get real time updates directly on you device, subscribe now.