ଫେବ୍ରୁଆରୀ ୧୮ରୁ ଆରମ୍ଭ ହେବ +୨ ପରୀକ୍ଷା, କାର୍ଯ୍ୟସୂଚୀ ପ୍ରକାଶ କଲା CHSE

ଭୁବନେଶ୍ୱର: (ଓଡ଼ିଶା ଭାସ୍କର) ଆସନ୍ତା ଫେବ୍ରୁଆରୀ ୧୮ରୁ ଆରମ୍ଭ ହେବ ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା । +୨ ପରୀକ୍ଷା ନେଇ କାର୍ଯ୍ୟସୂଚୀ ପ୍ରକାଶ କଲା CHSE । ଫେବ୍ରୁଆରୀ ୧୮ରୁ ଆରମ୍ଭ ହେବ +୨ ପରୀକ୍ଷା । ଫେବ୍ରୁଆରୀ ୧୮ରୁ ମାର୍ଚ୍ଚ ୨୭ ଯାଏଁ ଚାଲିବ ପରୀକ୍ଷା । କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ପରୀକ୍ଷା । ୧୮ ତାରିଖରେ ବିଜ୍ଞାନ ବିଭାଗର ଏମ୍‌ଆଇଏଲ୍‌ ଓଡ଼ିଆ ପରୀକ୍ଷା । ୧୯ରେ କଳା ଓ ବାଣିଜ୍ୟ ବିଭାଗର ପିଲାଙ୍କ ଏମ୍‌ଆଇଏଲ୍‌ ଓଡ଼ିଆ ପରୀକ୍ଷା ହେବ ।

ଉଚ୍ଚ ମାଧ୍ୟମିକ ସ୍କୁଲଗୁଡ଼ିକ ନିଜ ସୁବିଧା ଅନୁସାରେ ଏହି ତାରିଖ ଭିତରେ ପରୀକ୍ଷା କରିବେ। ଇଣ୍ଟରନାଲ ପରୀକ୍ଷା ଡିସେମ୍ବର ୨୬ ରୁ ୩୦ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ହେବାକୁ ଥିବା ଯୁକ୍ତ ୨ ପରୀକ୍ଷାରେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷା ପ୍ରଶ୍ନପତ୍ର ଢାଞ୍ଚାରେ ପରିବର୍ତ୍ତନ କରାଯାଇଛି। ନୂଆ ପଶ୍ନପତ୍ର କିଭଳି ରହିବ ଏବଂ ମାର୍କ କିପରି ଦିଆଯିବ ସେ ନେଇ ପୂର୍ବକୁ ଉଚ୍ଚ ସିଏଚ୍‌‌ଏସ୍‌‌ଇ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା।

ସୂଚନା ଅନୁସାରେ ୨୦୨୫ରେ ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ଦେବାକୁ ଥିବା ରେଗୁଲାର ଛାତ୍ରୀଛାତ୍ର (୨୦୨୩ରେ ନାମଲେଖାଇଥିବା ଛାତ୍ରାଛାତ୍ର)ଙ୍କ ପାଇଁ ଏହି ନୂତନ ପ୍ରଶ୍ନପତ୍ର ଢାଞ୍ଚା ଲାଗୁ ହେବ। ପ୍ରାକ୍ଟିକାଲ ଥିବା ବିଷୟଗୁଡ଼ିରେ ଛାତ୍ରୀଛାତ୍ରଙ୍କୁ ୭୦ମାର୍କର ଥିଓରୀ ଏବଂ ୩୦ ମାର୍କର ପ୍ରାକ୍ଟିକାଲ ଦେବାକୁ ପଡ଼ିବ। ପ୍ରୋଜେକ୍ଟ ଥିବା ବିଷୟରେ ୮୦ ମାର୍କ ଥିଓରୀ ଏବଂ ୨୦ ମାର୍କର ପ୍ରୋଜେକ୍ଟ ଦେବାକୁ ପଡ଼ିବ। ତେବେ ଇଣ୍ଟିଗ୍ରେଟେଡ ଧନ୍ଦାମୂଳକ ବିଷୟରେ ୫୦ମାର୍କର ଥିଓରୀ ଓ ୫୦ମାର୍କର ପ୍ରାକ୍ଟିକାଲ ଏବଂ ଭୋକେସନାଲ ଟ୍ରେଡ୍‌‌ ବିଷୟରେ ୪୦ ମାର୍କର ଥିଓରୀ ଓ ୬୦ମାର୍କର ପ୍ରକ୍ଟିକାଲ ଦେବାକୁ ପଡ଼ିବ।