fbpx

ପୁରୀ ଜିଲ୍ଲା ସତ୍ୟବାଦୀସ୍ଥିତ ଓଡ଼ିଆ ବିଶ୍ୱବିଦ୍ୟାଳୟରେ ଚଳିତ ଶିକ୍ଷାବର୍ଷଠାରୁ ଆରମ୍ଭ ହେବ ପାଠପଢ଼ା

Advertisement

ପୁରୀ(ଓଡ଼ିଶା ଭାସ୍କର): ପୁରୀ ଜିଲ୍ଲାର ସତ୍ୟବାଦୀ ବ୍ଲକରେ ପ୍ରତିଷ୍ଠିତ ଓଡ଼ିଆ ବିଶ୍ୱବିଦ୍ୟାଳୟରେ ଚଳିତବର୍ଷଠାରୁ ନାମଲେଖା ଓ ପାଠପଢ଼ା ଆରମ୍ଭ ହେବ । ଏଥିନିମନ୍ତେ ରାଜ୍ୟ ସରକାରଙ୍କ ଏକ ଉଚ୍ଚସ୍ତରୀୟ କମିଟି ସତ୍ୟବାଦୀ ଗସ୍ତ କରିବା ପରେ ଏଭଳି ନିଷ୍ପତ୍ତି ନିଆଯାଇଛି । ଏହି ଗସ୍ତବେଳେ ରେଭେନ୍ସା ବିଶ୍ୱବିଦ୍ୟାଳୟର କୁଳପତି ସଞ୍ଜୟ ନାୟକ, ବିଶ୍ୱବିଦ୍ୟାଳୟ କୁଳସଚିବ କାହ୍ନୁଚରଣ ମଲ୍ଲିକ, ଉଚ୍ଚଶିକ୍ଷା ବିଭାଗର ସ୍ୱତନ୍ତ୍ର ସଚିବ ରମାକାନ୍ତ ନାୟକ ପ୍ରମୁଖ ଉପସ୍ଥିତ ଥିଲେ ।

ଏହି କମିଟି ପକ୍ଷରୁ ପ୍ରଥମେ ସତ୍ୟବାଦୀ ଥାନା ନିକଟରେ ଥିବା ପୂର୍ତ୍ତ ବିଭାଗ ଡାକବଙ୍ଗଳାରେ ବୈଠକ ହୋଇଥିଲା । ଏଥିରେ ବିଶ୍ୱବିଦ୍ୟାଳୟରେ ବିଭିନ୍ନ ମୌଳିକ ଭିତ୍ତିଭୂମିର ବ୍ୟବସ୍ଥା ନେଇ ଆଲୋଚନା ହୋଇଥିଲା । ଓଡ଼ିଆ ବିଶ୍ୱବିଦ୍ୟାଳୟ ନିର୍ମାଣ କାର୍ଯ୍ୟ ଶେଷ ହେବା ପର୍ଯ୍ୟନ୍ତ ସ୍ଥାନୀୟ ଗୋପବନ୍ଧୁ ସ୍ମୃତି ମହାବିଦ୍ୟାଳୟରେ ଓଡ଼ିଆ ବିଶ୍ୱବିଦ୍ୟାଳୟର କାର୍ଯ୍ୟାଳୟ ହେବା ସହ ନାମଲେଖା ଏବଂ ପାଠପଢ଼ା କାର୍ଯ୍ୟ ଆରମ୍ଭ ହେବ । ଆସନ୍ତା ଡିସେମ୍ବର ସୁଦ୍ଧା ଓଡ଼ିଆ ବିଶ୍ୱବିଦ୍ୟାଳୟର ସମସ୍ତ କାର୍ଯ୍ୟ ଏହି ବିଶ୍ୱବିଦ୍ୟାଳୟ ପରିସରରେ ହେବ ବୋଲି ଜଣାପଡ଼ିଛି ।

Get real time updates directly on you device, subscribe now.