fbpx

ରାଜ୍ୟରେ ମେଘୁଆ ପାଗ ସାଙ୍ଗକୁ ଝିପିଝିପି ବର୍ଷା ଜାରୀ; ଆସନ୍ତା ୨୪ ଘଣ୍ଟାରେ ଘଡଘଡ଼ି ସହ ବର୍ଷା ନେଇ ୪ଟି ଜିଲ୍ଲାକୁ ଅରେଞ୍ଜ୍‍ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ ଅଧିକାଂଶ ସ୍ଥାନରେ ଆଜି ପାଗ ମୁଖ୍ୟତଃ ମେଘୁଆ ରହିବା ସହ କେତେକ ସ୍ଥାନରେ ଝିପିଝିପି ବର୍ଷା ଲାଗି ରହିଛି । ମେଘୁଆ ପାଗ ଯୋଗୁଁ ପ୍ରବଳ ଗରମ ଓ ଗୁଳୁଗୁଳିରୁ ଜନସାଧାରଣଙ୍କୁ କିଛିଟା ଆଶ୍ୱସ୍ତି ମିଳିଛି । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ସାରା ରାଜ୍ୟରେ କାଳବୈଶାଖୀର ସମ୍ଭାବନା ଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

କେତେକ ସ୍ଥାନରେ କୁଆପଥର ବର୍ଷା ସାଙ୍ଗକୁ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ନେଇ ମଧ୍ୟ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ସହ ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଏହାକୁ ଦୃଷ୍ଟିରେ ରଖି ଏହିସବୁ ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ୍‍ ୱାର୍ଣ୍ଣିଂ ଜାରି କରାଯାଇଛି ।

Get real time updates directly on you device, subscribe now.