fbpx
BJD SKY
BJD SKY

ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଲାଗି ରହିବ ମେଘୁଆ ପାଗ, ପୂର୍ବାନୁମାନ କରି କହିଛନ୍ତି ପାଣି ପାଗ ବିଶେଷଜ୍ଞ

BJD

ଭୁବନେଶ୍ୱର : ଆସନ୍ତା ୫ଦିନ ପର୍ଯ୍ୟନ୍ତ ରାଜ୍ୟରେ ମେଘୁଆ ପାଗ ରହିବା ସହ ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାର କେତୋଟି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରି ସୂଚନା ଦିଆଯାଇଛି । ଅଳ୍ପ ସ୍ଥାନରେ ବର୍ଷା ସମ୍ଭାବନା ରହିଥିବା ଯୋଗୁଁ ଓଡିଶାରେ ପାଗ ମେଘୁଆ ରହିବ ।

ପାଣିପାଗ କେନ୍ଦ୍ରର ବୈଜ୍ଞାନିକ ଉମାଶଙ୍କର ଦାସଙ୍କ ସୂଚନା ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଥିବା ରେକର୍ଡ କରାଯାଇଛି । ଆସନ୍ତା ୨୪ ଘଣ୍ଟାରେ ଆଭ୍ୟନ୍ତରୀଣ ଓଡିଶାରେ ମଧ୍ୟମ ଧରଣର ବର୍ଷା ହୋଇପାରେ । ଜୁଲାଇ ମାସର ଦ୍ୱିତୀୟ ସପ୍ତାହ ବେଳକୁ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବାରୁ ମୌସୁମୀ ସକ୍ରିୟ ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି ।

Get real time updates directly on you device, subscribe now.