fbpx

ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ଧର୍ମେନ୍ଦ୍ର

ଭୁବନେଶ୍ୱର, ୨୯ା୨(ଓଡ଼ିଶା ଭାସ୍କର): ସମ୍ ଅଲ୍ଟିମେଟ୍ ମେଡ଼ିକେୟାର ଉଦଘାଟିତ ହୋଇଯାଇଛି । ଏହାକୁ ଉଦଘାଟନ କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା । ସେହି ଉଦଘାଟନୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଶଂସା କରିଛନ୍ତି । ସେ କହିଛନ୍ତି ମୁଖ୍ୟମନ୍ତ୍ରୀଙ୍କ ପ୍ରୋତ୍ସାହନ ଯୋଗୁଁ ଘରୋଇ ସ୍ୱାସ୍ଥ୍ୟସେବା ବଢ଼ି ଚାଲିଛି । ଏନେଇ ସେ ଧନ୍ୟବାଦ ମଧ୍ୟ ତାଙ୍କୁ ଜଣାଇଛନ୍ତି । ଏଥିସହ ଆୟୁଷ୍ମାନ ଯୋଜନା ଲାଗୁ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି ଧର୍ମେନ୍ଦ୍ର । ସମ୍ ଅଲ୍ଟିମେଟ୍ ମେଡ଼ିକେୟାର ରୋଗୀଙ୍କୁ ବିଶ୍ୱସ୍ତରୀୟ ସ୍ୱାସ୍ଥ୍ୟସେବା ଯୋଗାଇବ । ଏହାସହ ରୋଗୀଙ୍କ ସର୍ବୋତ୍ତମ ଚିକିତ୍ସା ପାଇଁ ଏହି ଉଦ୍ୟମ କରାଯାଇଥିବା ସୂଚନା ରହିଛି ।

Get real time updates directly on you device, subscribe now.