fbpx

ମୁଖ୍ୟମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ

ଭୁବନେଶ୍ୱର, ୩ା୩(ଓଡ଼ିଶା ଭାସ୍କର): ଆଜି ଦିନିକିଆ ସୁନ୍ଦରଗଡ଼ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯିବେ । ସେଠାରେ ପହଞ୍ଚି ୧୫୦ଟି ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଥିବା ସୂଚନା ମିଳିଛି । ୧୫ଶହ କୋଟି ଟଙ୍କାର ବ୍ୟୟବରାଦରେ ୧୫୦ଟି ପ୍ରକଳ୍ପ ହୋଇଛି । ସେହିପରି ଭବାନୀ ଭବନ ଷ୍ଟାଡ଼ିଅମରେ ଆୟୋଜିତ ଦଳୀୟ କାର୍ଯ୍ୟକ୍ରମରେ ମଧ୍ୟ ଯୋଗଦେବା ନେଇ ସୂଚନା ରହିଛି । ମୁଖ୍ୟମନ୍ତ୍ରୀଙ୍କ ସୁନ୍ଦରଗଡ଼ ଗସ୍ତ ନେଇ ସେଠାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି ।

Get real time updates directly on you device, subscribe now.