fbpx

୧୦୩୮ ଡାକ୍ତରଙ୍କୁ ନିଯୁକ୍ତି ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର, ୭ା୩(ଓଡ଼ିଶା ଭାସ୍କର): ରାଜ୍ୟରେ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ନୂଆ ମାଇଲଖୁଣ୍ଟ ସ୍ଥାପନ ହୋଇଛି । ଗୋଟିଏ ଦିନରେ ୧୦୩୮ ଡାକ୍ତରଙ୍କୁ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର । ଏହି ପରିପ୍ରେକ୍ଷୀରେ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଆଜିର ଦିନ ଐତିହ୍ୟ ଦିନ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଏକ ଯୁଗାନ୍ତକାରୀ ପଦକ୍ଷେପ ନିଆଯାଇଛି ।ଏହାସହ ସେବାକୁ ଧର୍ମ କରି କାର୍ଯ୍ୟ କରିବାକୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ନୂଆ ଡାକ୍ତରଙ୍କୁ ମୋ ସରକାର ସଙ୍କଳ୍ପ ମଧ୍ୟ ପାଠ କରାଇଛନ୍ତି ନବୀନ ।

ଆଜି ଲୋକସେବା କନଭେସନ ସେଣ୍ଟରରେ ଅନୁଷ୍ଠିତ ନବ ନିଯୁକ୍ତ ଡାକ୍ତର ମାନଙ୍କ ଇନଡ଼କ୍ସନ ଟ୍ରେନିଂ ରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ମୁଖ୍ୟମନ୍ତ୍ରୀ । ଏହି କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ, ମୁଖ୍ୟ ଶାସନ ସଚିବ ଶ୍ରୀ ଅସିତ ତ୍ରିପାଠୀ, ଉନ୍ନୟନ କମିଶନର ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, ସ୍ୱାସ୍ଥ୍ୟ ବିଭାଗର ପ୍ରମୁଖ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ ଉପସ୍ଥିତ ରହିଥିଲେ ।

Get real time updates directly on you device, subscribe now.