fbpx

ବାହୁଡ଼ାଯାତ୍ରାର ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧ା୭(ଓଡ଼ିଶା ଭାସ୍କର): ଆଜି ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା । ବାହୁଡ଼ାଯାତ୍ରାରେ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମହାପ୍ରଭୁଙ୍କ ବାହୁଡ଼ାଯାତ୍ରାର ସିଧାପ୍ରସାରଣ ଦେଖିବାକୁ କହିଛନ୍ତି ମୁଖ୍ୟମନ୍ତ୍ରୀ । ସେ କହିଛନ୍ତି ଚତୁର୍ଦ୍ଧାମୂର୍ତ୍ତିଙ୍କ ଅପାର କରୁଣାରୁ ବର୍ତ୍ତମାନର କଠିନ ସ୍ଥିତି ଶୀଘ୍ର ଦୂର ହେଉ । ଏଥିସହିତ ରାଜ୍ୟର ପ୍ରଗତି ସହିତ ସମସ୍ତଙ୍କ ମଙ୍ଗଳମୟ ଜୀବନ କାମନା କରିଛନ୍ତି ।
ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ତେଣୁ ବିନା ଭକ୍ତ ଓ କଟକଣା ଭିତରେ ଗୁଣ୍ଡିଚାଯାତ୍ରା କରିବା ଭଳି ବାହୁଡ଼ା ଯାତ୍ରା ମଧ୍ୟ କରାଯାଉଛି ।

Get real time updates directly on you device, subscribe now.