fbpx

ରାଜ୍ୟରେ ବଢୁଛି କରୋନା କେସ: ମାସ୍କ ପିନ୍ଧିବାକୁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସାରା ରାଜ୍ୟରେ ପୁଣି ଥରେ କରୋନା ନିଜ କାୟା ବିସ୍ତାର କରିବା ଆରମ୍ଭ କରି ଦେଇଛି । ତେଣୁ ରାଜ୍ୟରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି । ରାଜ୍ୟବାସୀଙ୍କୁ ମାସ୍କ ପିନ୍ଧିବା ପାଇଁ ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ପରାମର୍ଶ ଦେଇଛନ୍ତି । କରୋନା ସଂହକ୍ରମଣକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ଆହ୍ୱାନ ଦେଇଛନ୍ତି ।

ରାଜ୍ୟରେ ଏବେ ବି ଟଳିନି କରୋନା ମହାମାରୀର ପ୍ରକୋପ । ସଂକ୍ରମଣ ବଢୁଥିବା ବେଳେ ରାଜ୍ୟବାସୀଙ୍କ ପାଇଁ ଏବେ ବି ବିପଦର ଆଶଙ୍କା ରହିଛି । ତେଣୁ ସତର୍କ ରହିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । କରୋନାର ପ୍ରମୁଖ ଗାଇଡଲାଇନକୁ ମାନି ଚଳିବା ପୁଣି ଥରେ ଆବଶ୍ୟକ ହୋଇ ପଡିଛି ବୋଲି କହିଛନ୍ତି ନବୀନ । ଏହା ଦ୍ୱାରା ସଂକ୍ରମଣରୁ ନିଜକୁ ଏବଂ ଅନ୍ୟକୁ ସୁରକ୍ଷିତ ରଖିବା ପାଇଁ ମାସ୍କ ପିନ୍ଧିବାକୁ କହିଛନ୍ତି ମୁଖ୍ୟମନ୍ତ୍ରୀ । ନିଜେ ସଚେତନ ହେବା ସହ ସୁରକ୍ଷିତ ରହିବାକୁ ସେ ଆହ୍ୱାନ ଦେଇଛନ୍ତି ।

ସୂଚନା ଯୋଗ୍ୟ, ରାଜ୍ୟରେ ଦିନକୁ ଦିନ କରୋନା କେସ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ କରୋନା ସଂକ୍ରମଣ ୭୪୩କୁ ବୃଦ୍ଧି ପାଇଛି । ସେମାନଙ୍କ ମଧ୍ୟରୁ ଲୋକାଲ କେସ ୩୦୭ ହୋଇଥିବା ବେଳେ କ୍ୱାରେଣ୍ଟାଇନରୁ ୪୩୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗରୁ ୮୭ ଆକ୍ରାନ୍ତ ଥିବା ଜଣାପଡିଛି । ତେବେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୦୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି କଟକରୁ ୧୧୫, ଷ୍ଟେଟପୁଲରୁ ୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Get real time updates directly on you device, subscribe now.