fbpx

ଗଜପତି ସଡ଼କ ଦୁର୍ଘଟଣା: ମୃତକଙ୍କ ପରିବାର ପାଇଁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬ ।୨(ଓଡିଶା ଭାସ୍କର):  ଗଜପତି ସଡ଼କ ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୃତକଙ୍କ ପରିବାର ଲୋକଙ୍କୁ ଗଭୀର ସମବେଦନା ଜଣାଇବା ସହ  ମୃତକଙ୍କ ପରିବାର ପାଇଁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଏହାସହ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।  ଆହତ ମାନଙ୍କୁ ମାଗଣା ଚିକିତ୍ସା ଯୋଗାଇ ଦିଆଯିବା ବୋଲି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ।

Get real time updates directly on you device, subscribe now.