ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ପଠାଣି ସାମନ୍ତଙ୍କ ଜନ୍ମସ୍ଥାନ ନୟାଗଡ଼ରେ ସ୍ଥାପନ ହେବ ହେବ ଏକ ପ୍ଲାନେଟାରିୟମ୍

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ନୟାଗଡ଼କୁ ନେଇ ଆସିଛି ଏକ ବଡ଼ ଖବର । ପଠାଣି ସାମନ୍ତଙ୍କ ଜନ୍ମସ୍ଥାନ ନୟାଗଡ଼ରେ ସ୍ଥାପନ ହେବ ଏକ ପ୍ଲାନେଟାରିୟମ୍ । ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଏନେଇ ସୂଚନା ଦେଇଛନ୍ତି । ଏଥିସହିତ ୬ କୋଟି ଟଙ୍କା ବ୍ୟୟରେ ସାଇନ୍ସ ପାର୍କ ପ୍ରତିଷ୍ଠା ହେବ । ଗଣିତ ବିଶ୍ୱବିଦ୍ୟାଳୟ, ଆଷ୍ଟ୍ରୋ ଫିଜିକ୍ସ ଓ ଆଷ୍ଟ୍ରୋନୋମି ସେଣ୍ଟର ନିର୍ମାର ହେବ ବୋଲି ମଧ୍ୟ ମନ୍ତ୍ରୀ ସୂଚନା ଦେଇଛନ୍ତି । ନୟାଗଡ଼ରେ ପ୍ଲାନେଟାରିୟମ୍ ପ୍ରତିଷ୍ଠା ହେବା ସମଗ୍ର ଜିଲ୍ଲାବାସୀଙ୍କ ପାଇଁ ଏକ ବଡ଼ ଖୁସି ଖବର ।

ସୂଚନା ମୁତାବକ, ବିଶିଷ୍ଟ ଜ୍ୟୋତିର୍ବିଜ୍ଞାନୀ ପଠାଣି ସାମନ୍ତଙ୍କ ଜନ୍ମସ୍ଥାନକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଏକ ବଡ଼ ଘୋଷଣା କରିଛନ୍ତି । ପଠାଣି ସାମନ୍ତଙ୍କ ଜନ୍ମସ୍ଥାନ ଖଣ୍ଡପଡ଼ା ଠାରେ ରାଜ୍ୟ ସରକାର ଏକ ପ୍ଲାନେଟାରିୟମ୍ ସ୍ଥାପନ କରିବେ । ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଏନେଇ ଘୋଷଣା କରିଛନ୍ତି । ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଅନ୍ୱେଷଣ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି । ସୂଚନାଯୋଗ୍ୟ ଯେ, ନୟାଗଡ଼ ଜିଲ୍ଲାରେ ଏକ ପ୍ଲାନେଟାରିୟମ୍ ପ୍ରତିଷ୍ଠା ହେବା ଫଳରେ ଜିଲ୍ଲାବାସୀ ଜ୍ୟୋତିବିଜ୍ଞାନ ସମ୍ବନ୍ଧୀୟ ବିଭିନ୍ନ ତଥ୍ୟ ଜାଣିପାରିବେ । ଏଥିସହିତ ଛାତ୍ରଛାତ୍ରୀଙ୍କ ମହାକାଶ ବିଜ୍ଞାନ ଜ୍ଞାନ ବୃଦ୍ଧିରେ ପ୍ଲାନେଟାରିୟମ୍ ଯଥେଷ୍ଟ ମାତ୍ରାରେ ସହାୟକ ହେବ ।