fbpx
BJD SKY
BJD SKY

ଗରିବ ହେବେ ଉପକୃତ: ରାଜ୍ୟର ବିଭିନ୍ନ ଆହାର କେନ୍ଦ୍ରର ପରିଚାଳନା ପାଇଁ ୨୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

BJD

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟର ଗରିବ ଲୋକଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନେକ ପଦକ୍ଷେପ ଗ୍ରହଣ କରୁଛନ୍ତି । ଶିକ୍ଷା, ସ୍ୱାସ୍ଥ୍ୟ ଠାରୁ ଆରମ୍ଭ କରି ଗମନାଗମନର ସୁବିଧା ପାଇଁ ଅନେକ ଯୋଜନା ପ୍ରଣୟନ କରିଛନ୍ତି ରାଜ୍ୟ ସରକାର । ରାଜ୍ୟର ଗରିବ ଲୋକଙ୍କୁ କମ୍ ଖର୍ଚ୍ଚରେ ପେଟପୂରା ଖାଦ୍ୟ ଯୋଗାଇଦେବା ପାଇଁ ରାଜ୍ୟ ସରକାର ଆହାର ଯୋଜନା କାର୍ଯ୍ୟକାରୀ କରିଛନ୍ତି ।

ରାଜ୍ୟର ବିଭିନ୍ନ ସ୍ଥାନରେ ଥିବା ଆହାର କେନ୍ଦ୍ରଗୁଡ଼ିକର ପରିଚାଳନା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨୦ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଆହାର କେନ୍ଦ୍ର ପରିଚାଳନା ପାଇଁ ଗଠିତ ରାଜ୍ୟସ୍ତରୀୟ ଆହାର କମିଟିକୁ ଏହି ଅର୍ଥ ପ୍ରଦାନ କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କ ଏହି ନିଷ୍ପତ୍ତି ଫଳରେ ରାଜ୍ୟର ସମସ୍ତ ଆହାର କେନ୍ଦ୍ରର ବିଭିନ୍ନ ସମସ୍ୟାର ସମାଧାନ ହେବା ସହିତ ଲୋକମାନେ ଅଧିକ ଉପକୃତ ହୋଇ ପାରିବେ । ମୁଖ୍ୟମନ୍ତ୍ରୀଙ୍କ ଏହି ନିଷ୍ପତ୍ତିକୁ ବିଭିନ୍ନ ମହଲରୁ ସ୍ୱାଗତ କରାଯାଇଛି ।

ସୂଚନାଯୋଗ୍ୟ ଯେ, ୨୦୧୫-୧୬ରୁ ୨୦୨୧-୨୨ ମସିହା ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଆହାର କାର୍ଯ୍ୟକ୍ରମ ପାଇଁ ୨୨୮.୭୬ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ରାଜ୍ୟ ସରକାରଙ୍କ ଏକ ଅତ୍ୟନ୍ତ ଲୋକପ୍ରିୟ କାର୍ଯ୍ୟକ୍ରମ । ସହର ମାନଙ୍କରେ ହସପିଟାଲ, ବସଷ୍ଟାଣ୍ଡ ଏବଂ ଅନ୍ୟାନ୍ୟ ଗହଳି ସ୍ଥାନରେ ଜରୁରୀ କାର୍ଯ୍ୟ ପାଇଁ ଯାଇଥିବା ଗରିବ ଲୋକମାନେ ଏହାଦ୍ୱାରା ମାତ୍ର ୫ ଟଙ୍କାରେ ସୁଷମ ଓ ସ୍ୱାସ୍ଥ୍ୟପ୍ରଦ ଆହାର ପାଇପାରୁଛନ୍ତି ।

Get real time updates directly on you device, subscribe now.