ଭୁବନେଶ୍ୱର, ୧୨ା୯(ଓଡ଼ିଶା ଭାସ୍କର): ଲୋକପ୍ରିୟ ଯାତ୍ରା କଳାକାର ମହେନ୍ଦ୍ର ଦାସଙ୍କ ଆଜି ପରଲୋକ ଘଟିଛି । ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି । ସେ କହିଛନ୍ତି ମହେନ୍ଦ୍ରଙ୍କ ବିୟୋଗ ଓଡ଼ିଆ ଯାତ୍ରା ଜଗତ ପାଇଁ ଏକ ଅପୁରଣୀୟ କ୍ଷତି । ନିଆରା ପରିବେଷଣ ଶୈଳୀ ପାଇଁ ସେ ସର୍ବଦା ସ୍ମରଣୀୟ ହୋଇ ରହିବେ । ମହେନ୍ଦ୍ରଙ୍କ ଆତ୍ମାର ସଦଗତି କାମନା ସହ ତାଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।
ଉଲ୍ଲେଖଯୋଗ୍ୟ ଯେ ମହେନ୍ଦ୍ର ନାମ ଅପେକ୍ଷା ସେ ଭିକୁ ସେଠଙ୍କ ନାମରେ ବେଶ ପରିଚିତ ଥିଲେ । ଚୌଦ୍ୱାର ସ୍ଥିତ ବାସଭବନରେ ହୃଦଘାତରେ ତାଙ୍କର ଆଜି ମୃତ୍ୟୁ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୫୫ବର୍ଷ ବୟସ ହୋଇଥିଲା । ଶାଗୁଣା ବସିଛି ଡେଣା ମେଲାଇ ନାଟକ ପରେ ସେ ଚର୍ଚ୍ଚାକୁ ଆସିଥିଲେ । ଖଳନାୟକ ଭାବେ ସେ ଖୁବ୍ ଲୋକପ୍ରିୟତା ହାସଲ କରିଥିଲେ ।
ବିଶିଷ୍ଟ ଯାତ୍ରା ଅଭିନେତା ମହେନ୍ଦ୍ର ଦାସଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ତାଙ୍କ ବିୟୋଗ ଓଡ଼ିଆ ଯାତ୍ରା ଜଗତ ପାଇଁ ଏକ ଅପୂରଣୀୟ କ୍ଷତି। ନିଆରା ଯାତ୍ରା ପରିବେଷଣ ଶୈଳୀ ପାଇଁ ସେ ସର୍ବଦା ସ୍ମରଣୀୟ ରହିବେ। ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ସମବେଦନା ଜଣାଉଛି।
— Naveen Patnaik (@Naveen_Odisha) September 12, 2020