fbpx

ଢେଙ୍କାନାଳ ଓ ଅନୁଗୁଳରେ BSKY ସ୍ମାର୍ଟ ହେଲଥ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ମାର୍ଟ ହେଲଥ କାର୍ଡ ଯୋଜନାରେ ସାମିଲ ହୋଇଛି ଆଉ ଦୁଇଟି ଜିଲ୍ଲା । ଆଜି ମୁଖ୍ୟମନ୍ତ୍ରୀ ଢେଙ୍କାନାଳ ଓ ଅନୁଗୁଳରେ ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସକେୱାଇ) ସ୍ମାର୍ଟ ସ୍ୱାସ୍ଥ୍ୟ କାର୍ଡ ବଣ୍ଟନ କରିଛନ୍ତି । ଏଥିରେ ଢେଙ୍କାନାଳ ଜିଲ୍ଲାର ୨ ଲକ୍ଷ ୯୪ ହଜାର ପରିବାର ଓ ୯ ଲକ୍ଷ ହିତାଧିକାରୀ ଉପକୃତ ହେବେ । ସେହିପରି ଅନୁଗୁଳ ଜିଲ୍ଲାର ୧୦ ଲକ୍ଷ ହିତାଧିକାରୀ ମଧ୍ୟ ଉପକୃତ ହେବେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଢେଙ୍କାନାଳରେ ୪୪୮ଟି ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭାରମ୍ଭ କରିବା ସହ ଅନୁଗୁଳରେ ୧୧ ଶହ ୭୬ କୋଟି ଟଙ୍କାର ପ୍ରକଳ୍ପକୁ ଶିଳାନ୍ୟାସ କରିଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ଆଜିର ଗସ୍ତକୁ ବିରୋଧୀଙ୍କ ପକ୍ଷରୁ ପ୍ରବଳ ବିରୋଧ କରାଯାଇଥିଲା । ବିଭିନ୍ନ ସ୍ଥାନରେ ବିଜେପି ଓ କଂଗ୍ରେସ କର୍ମୀମାନେ କଳାପତାକା ଦେଖାଇ ବିରୋଧ ପ୍ରଦର୍ଶନ କରିଥିଲେ । କିଛି ବିରୋଧୀ ଗୋଷ୍ଠୀ ମୁଖ୍ୟମନ୍ତ୍ରୀଙ୍କ ସଭାସ୍ଥଳକୁ ଧସେଇ ପଶିବାକୁ ଉଦ୍ୟମ କରୁଥିବା ବେଳେ ପୋଲିସ ସେମାନଙ୍କୁ ଅଟକାଇଥିଲା । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଲକ୍ଷ୍ୟ ରଖି କଡ଼ା ସୁରକ୍ଷା ପାଇଁ ଜଣେ ଏଏସପି, ୫ ଜଣ ଡିଏସପି, ୯ ଜଣ ଇନ୍ସପେକ୍ଟର, ୬୨ ଜଣ ଏଏସଆଇ ଓ ୧୩ ଜଣ ଟ୍ରାଫିକ ପୋଲିସଙ୍କୁ ନିୟୋଜିତ କରାଯାଇଥିଲା । ପୂର୍ବରୁ ରାଜ୍ୟର ଅନେକ ଜିଲ୍ଲାରେ ମୁଖ୍ୟମନ୍ତ୍ରୀ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ କରିସାରିଥିବା ବେଳେ ଆଗକୁ ଅନେକ ଜିଲ୍ଲାରେ ବଣ୍ଟନ କରିବାର ଯୋଜନା ରହିଛି ।

Get real time updates directly on you device, subscribe now.