fbpx

ବିଶିଷ୍ଟ ଅଭିନେତା ବିଜୟ ମହାନ୍ତିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର, ୨୦/୭(ଓଡ଼ିଶା ଭାସ୍କର): ବିଶିଷ୍ଟ ଅଭିନେତା ବିଜୟ ମହାନ୍ତିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶୋକ ପ୍ରକାଶ କରିଛନ୍ତି। ଓଡ଼ିଆ କଳା ଜଗତରେ ସେ ଛାଡିଯାଇଥିବା ଅଭିନୟର ଛାପ ତାଙ୍କୁ ଅଗଣିତ କଳାପ୍ରେମୀଙ୍କ ହୃଦୟରେ ସର୍ବଦା ସ୍ମରଣୀୟ କରି ରଖିବ ବୋଲି ସେ କହିଛନ୍ତି । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସେ ସମବେଦନା ଜଣାଇଛନ୍ତି।

ଉଲ୍ଲେଖଯୋଗ୍ୟ ଯେ  ଆଜି ୭୦ ବର୍ଷ ବୟସରେ ଭୁବନେଶ୍ୱର ସ୍ଥିତ କେୟାର ହସ୍ପିଟାଲରେ ବିଶିଷ୍ଟ ଅଭିନେତା ବିଜୟ ମହାନ୍ତି ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।

Get real time updates directly on you device, subscribe now.