fbpx

ଆଗୁଆ ପ୍ରସ୍ତୁତ, ତ୍ୱରିତ ଉଦ୍ଧାର ପୁନର୍ଗଠନକୁ ଗୁରୁତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୬ା୬(ଓଡ଼ିଶା ଭାସ୍କର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ବର୍ତ୍ତମାନ ଶେଷ ହୋଇଛି । ସେହି ବୈଠକରେ ଆଗୁଆ ପ୍ରସ୍ତୁତି, ତ୍ୱରିତ ଉଦ୍ଧାର ଓ ପୁନର୍ଗଠନ କାର୍ଯ୍ୟକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁତ୍ୱ ଦେଇଛନ୍ତି । ସେ କହିଛନ୍ତି ଯେ ପ୍ରସ୍ତୁତି ଗତିଶୀଳ, ସାମଗ୍ରିକ, ଭାଗିଦାରୀମୂଳକ ହେବା ଉଚିତ । ୩ମାସ ହେବ କରୋନା ରାଜ୍ୟବାସୀଙ୍କ ଜୀବନକୁ ଗଭୀର ଭାବେ ପ୍ରଭାବିତ କରିଛି । କରୋନା ନିୟନ୍ତ୍ରଣ ପାଇଁ ନିଆଯାଇଥିବା ପଦକ୍ଷେପ ଯୋଗୁଁ ଓଡ଼ିଶା ଭଲ ସ୍ଥିତିରେ ରହିଛି । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଚଳିତବର୍ଷ ଭଲ ବର୍ଷା ହେବ । ଜୁନ ଠାରୁ ଅକ୍ଟୋବର ମାସ ପର୍ଯ୍ୟନ୍ତ ସମୟ ହେଉଛି ଖୁବ ଗୁରୁତ୍ୱପୂର୍ଣ୍ଣ । ଏହି ସମୟରେ ବନ୍ୟା, ବାତ୍ୟା ଭଳି ପ୍ରାକୃତିକ ବିପର୍ଯ୍ୟୟ ଆସିପାରେ । କିନ୍ତୁ ଯେକୌଣସି ପରିସ୍ଥିତିରେ ମୁକାବିଲା କରିବା ପାଇଁ ପ୍ରସ୍ତୁତ ଅଛୁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

Get real time updates directly on you device, subscribe now.