fbpx

ଜୁଲାଇ ୨୯ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି: ସୂଚନା ଜାରି କଲା ସାଧାରଣ ପ୍ରଶାସନ ବିଭାଗ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଆସନ୍ତା ୨୯ ତାରିଖ ଦିନ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣଇ ବନ୍ଦ ରହିବ । ବର୍ତ୍ତମାନ ସମୟରେ ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଜାରି ରହିଛି । ସେଥିପାଇଁ ଆସନ୍ତା ସୋମବାର ଦିନ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ । ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି ସୂଚନା ଦିଆଯାଇଛି । ଏହା ପୂର୍ବରୁ ଗତ ୨୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିଥିଲା । ଗତ ୨୨ ତାରିଖ ଠାରୁ ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଆରମ୍ଭ ହେଉଥିବାରୁ ଅଭିଯୋଗ ଶୁଣାଣିକୁ ବନ୍ଦ ରଖାଯାଇଥିଲା ।

ସୂଚନାଯୋଗ୍ୟ ଯେ, ଏହା ପୂର୍ବରୁ ଗତ ୮ ତାରିଖରେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ହୋଇଥିଲା । ଚଳିତ ବର୍ଷ ରଥଯାତ୍ରା ଦୁଇଦିନ ଧରି ଚାଲିଥିବାରୁ ସେଥିପାଇଁ ଜୁଲାଇ ୭ ଓ ୮ ତାରିଖକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଛୁଟି ଘୋଷଣା କରିଥିଲେ । ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ଜୁଲାଇ ୮କୁ ସରକାରୀ ଛୁଟି ଭାବେ ଘୋଷଣା କରାଯାଇ ଥିବାରୁ ସେହି ଦିନ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ନେଇ ନିଷ୍ପତ୍ତି ନିଆଯାଇଥିଲା । ସେ ବାବଦରେ ସାଧାରଣ ପ୍ରଶାସନ ଓ ଜନ ଅଭିଯୋଗ ବିଭାଗ ପକ୍ଷରୁ ମଧ୍ୟ ସୂଚନା ଜାରି କରାଯାଇଥିଲା ।

Get real time updates directly on you device, subscribe now.