fbpx

GA ବିଭାଗ ପକ୍ଷରୁ ସୂଚନା: ଜୁଲାଇ ୮ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

Advertisement

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଆସନ୍ତା ୭ ତାରିଖରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ମହାଆଡ଼ମ୍ବର ସହକାରେ ପାଳିତ ହେବ । ଚଳିତ ବର୍ଷ ରଥଯାତ୍ରା ଦୁଇଦିନ ଧରି ଚାଲିବାକୁ ଥିବାରୁ ଏଥିପାଇଁ ଦୁଇଦିନ ଛୁଟି ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ତେବେ ରଥଯାତ୍ରା ପାଇଁ ସୋମବାର ଦିନ ଛୁଟି ଘୋଷଣା କରାଯାଇଛି । ଏହି ଦିନ ର୍ୟା ସରକାରଙ୍କ ସମସ୍ତ ବିଭାଗୀୟ କାର୍ଯ୍ୟାଳୟ, ରାଜସ୍ୱ ଓ ମାଜିଷ୍ଟ୍ରେଟଙ୍କ କୋର୍ଟ, ସମସ୍ତ ବ୍ୟାଙ୍କ ବନ୍ଦ ରହିବ । ଛୁଟି ନେଇ ରାଜସ୍ୱ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା ।

ତେବେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ଜୁଲାଇ ୮ ତାରିଖକୁ ସରକାରୀ ଛୁଟି ଦିନ ଭାବେ ଘୋଷଣା କରାଯାଇ ଥିବାରୁ ଏହି ଦିନ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ । ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଗତ ସୋମବାର ଦିନଠାରୁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଅଭିଯୋଗ ଶୁଣାଣି ଆରମ୍ଭ ହୋଇଛି । ଜନସାଧାରଣଙ୍କ ଅଭିଯୋଗ ଶୁଣିବା ସହିତ ସମାଧାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ସୂଚନା ଦେଇଥିଲେ ।

Get real time updates directly on you device, subscribe now.