fbpx

ରଥଯାତ୍ରା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ, ଉପ ମୁଖ୍ୟମନ୍ତ୍ରୀଙ୍କ ସହ ମୁଖ୍ୟ ଶାସନ ସଚିବ ଏବଂ ପୋଲିସ ଡିଜି ଉପସ୍ଥିତ

Advertisement

ଭୁବନେଶ୍ୱର: ଆଉ କିଛି ଦିନରେ ଆରମ୍ଭ ହେବ ରଥଯାତ୍ରା । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଡକାଇଛନ୍ତି । ଏହି ବୈଠକରେ ଶୃଙ୍ଖଳିତ ରଥଯାତ୍ରା ନେଇ ଆଲୋଚନା ହୋଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା, ଗୁଇନ୍ଦା ନିର୍ଦ୍ଦେଶକ ସୌମେନ୍ଦ୍ର ପ୍ରିୟଦର୍ଶୀ, ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ପୋଲିସ ଡିଜି ଅରୁଣ ଷଡ଼ଙ୍ଗୀ ପ୍ରମୁଖ ଉପସ୍ଥିତ ଥିଲେ।

ବୈଠକ ପରେ ଶୃଙ୍ଖଳିତ ରଥଯାତ୍ରା ନେଇ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ମୁଖ୍ୟମନ୍ତ୍ରୀଙ୍କୁ ସମସ୍ତ କଥା ବିଷୟରେ ଅବଗତ କରାଇଛନ୍ତି । ଏହାପରେ ସେବାୟତ ବନ୍ଧୁମାନଙ୍କ ସହ ବୈଠକ କରାଯିବ । ଏଥିପାଇଁ ସମସ୍ତଙ୍କର ସହଯୋଗ କାମନା କରାଯାଇଛି । ଚଳିତ ବର୍ଷ ୧୫ ଦିନ ବଦଳରେ ୧୩ ଦିନ ଅଣସର ନୀତି ହେବ । ରଥଟଣା ପାଇଁ ଅଳ୍ପ ସମୟ ହାତରେ ଥିବାବେଳେ ନୀତିକାନ୍ତି ନେଇ ଚିନ୍ତାରେ ପଡ଼ିଛନ୍ତି ସେବାୟତ । ଶୃଙ୍ଖଳିତ ନୀତି ପାଇଁ ସମସ୍ତ ସେବାୟତଙ୍କ ସହଯୋଗ ଲୋଡ଼ାଯାଇଛି ।

Get real time updates directly on you device, subscribe now.