fbpx

BJB କଲେଜରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୪ା୧(ଓଡ଼ିଶା ଭାସ୍କର): ବିଜେବି କଲେଜରେ ନବୀକରଣ ଲାଗି ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି । ସେଠାରେ ୬୦୦ ଶଯ୍ୟା ବିଶିଷ୍ଟ ଛାତ୍ରାବାସ ଓ ୫୮୫ ଶଯ୍ୟା ବିଶିଷ୍ଟ ଛାତ୍ରୀ ନିବାସର ଶିଳାନ୍ୟାସ ହୋଇଛି । ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟ କୋଠାର ନବୀକରଣ ଯୋଜନା ପ୍ରକଳ୍ପର ବି ଶିଳାନ୍ୟାସ ହୋଇଛି । ଶିଳାନ୍ୟାସ ସହ ନୂଆ କ୍ୟାଣ୍ଟିନର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ । ସେଠାରେ ଉଚ୍ଚଶିକ୍ଷାମନ୍ତ୍ରୀ ଅରୁଣ ସାହୁଙ୍କ ସମେତ ମନ୍ତ୍ରୀ ଅଶୋକ ପଣ୍ଡା ମଧ୍ୟ ଉପସ୍ଥିତ ରହିଥିଲେ ।

Get real time updates directly on you device, subscribe now.