fbpx

ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କ’ଣ କହିଲେ

ଝାରସୁଗୁଡ଼ା(ଓଡ଼ିଶା ଭାସ୍କର): ବଲାଙ୍ଗୀର ଟିଟିଲାଗଡ଼ରେ ଆଜି ପହଞ୍ଚି ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ସହ ବିଭିନ୍ନ ପ୍ରକଳ୍ପର ଉଦଘାଟନ ସହିତ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଉଦଘାଟନୀ ଉତ୍ସବରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ‘ ବଲାଙ୍ଗୀର ଜିଲ୍ଲାର ସାଢ଼େ ୪ ଲକ୍ଷ ଲୋକ ଉପକୃତ ହେବେ । ସ୍କାର୍ଟ ହେଲଥ କାର୍ଡରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସାର ସୁବିଧା ରହିବ । ମାଆ ମାନଙ୍କ କ୍ଷେତ୍ରରେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ଦିଆଯିବ ।’

ସ୍ମାର୍ଟ ହେଲଥ କାର୍ଡ ଦ୍ୱାରା ଲୋକେ ଚିକିତ୍ସାର ସୁବିଧା ପାଇବେ । ମୋ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ପ୍ରତିଟି ପରିବାରର ଉନ୍ନତିରେ ରାଜ୍ୟର ଉନ୍ନତି ହେବ । ଗାଁ ହେଉ କି ସହର, ସବୁ ଲୋକଙ୍କର ଜୀବନ ମୋ ପାଇଁ ଗୁରୁତ୍ୱପୂର୍ଣ୍ଣ । ଚିକିତ୍ସା ପାଇଁ ଜମି ବିକିବା, ଋଣ କରିବା ଖବର ମୋତେ ଦୁଃଖ ଦିଏ । BSKY ସ୍ମାର୍ଟ କାର୍ଡ ଗରିବ ଲୋକଙ୍କର ଦୁଃଖକୁ କମାଇବ । ଟିଟିଲାଗଡ଼ ଓ ସଇଁଳତା ପାଇଁ ପାଇପ ୱାଟର କାମ ଆରମ୍ଭ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Get real time updates directly on you device, subscribe now.