fbpx

ରଥଯାତ୍ରା ପାଇଁ ଦୁଇ ଦିନ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

Advertisement

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଆସନ୍ତା ୭ ତାରିଖରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି । ମହାପ୍ରଭୁଙ୍କ ଘୋଷଯାତ୍ରା ପାଇଁ ସମସ୍ତ ପ୍ରକାରର ପ୍ରସ୍ତୁତି ଜାରି ରହିଥିବା ଥିବା ବେଳେ ଏବେଠାରୁ ଶ୍ରୀକ୍ଷେତ୍ର ଧାମ ଚଳଚଞ୍ଚଳ ହେବା ଆରମ୍ଭ ହୋଇଗଲାଣି । ତେବେ ଏହା ମଧ୍ୟରେ ରଥଯାତ୍ରାକୁ ନେଇ ଆସିଛି ଏକ ବଡ଼ ଖବର । ରଥଯାତ୍ରା ପାଇଁ ଦୁଇଦିନ ଛୁଟି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆସନ୍ତା ୭ ଓ ୮ ତାରିଖ ଦୁଇଦିନ ପାଇଁ ଛୁଟି ଘୋଷଣା କରାଯାଇଛି ।

ସୂଚନା ମୁତାବକଥ; ପୁରୀରେ ରଥଯାତ୍ରୀ ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି । ଚଳିତ ବର୍ଷ ଦୁଇଦିନ ଧରି ରଥଯାତ୍ରା ଚାଲିବାକୁ ଥିବାରୁ ମୁଖ୍ୟମନ୍ତ୍ରୀ ଦୁଇଦିନ ଛୁଟି ଘୋଷଣା କରିଛନ୍ତି । ଚଳିତ ବର୍ଷ ରଥଯାତ୍ରାକୁ ଶାନ୍ତି ଶୃଙ୍ଖଳାର ସହିତ ସମାପନ କରିବାକୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କର ସହଯୋଗ କାମନା କରିଛନ୍ତି । ମହାପ୍ରଭୁଙ୍କ ସେବାକୁ ଜୀବନର ବ୍ରତ ଭାବେ ଗ୍ରହଣ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏନେଇ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ଚଳିତ ବର୍ଷ ରଥଯାତ୍ରାରେ ୧୮୦ ପ୍ଲାଟୁନ ପୋଲିସ ମୁତୟନ ହେବେ । ୪ ଅତିରିକ୍ତ ଡିଜି, ୬ ଆଇଜି ଓ ଡିଆଇଜି ପାହ୍ୟା ଅଧିକାରୀ, ୧୯ ଏସପି ପାହ୍ୟା ଅଧିକାରୀ ଓ ଡିଏସପି ପାହ୍ୟାର ୭୫ ଜଣ ଅଧିକାରୀ ମୁତୟନ ହେବେ । ଏଥିସହିତ ରଥଯାତ୍ରାର ସୁପରିଚାଳନା ପାଇଁ ୯୦ ଜଣ ଅଫିସରଙ୍କୁ ଦାୟିତ୍ୱ ଦିଆଯାଇଛି । ୯୦ ଜଣ ଏକଜିକ୍ୟୁଟିଭ ମାଜିଷ୍ଟ୍ରେଟ, ତହସିଲଦାର, ବିଡିଓ, ପୌର ନିର୍ବାହୀ ଅଧିକାରୀଙ୍କ ସମେତ ୯୦ ଜଣ ଏହି ଦାୟିତ୍ୱରେ ରହିବେ ।

Get real time updates directly on you device, subscribe now.