ପବିତ୍ର ମକର ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, ମହାପ୍ରଭୁଙ୍କ ନିକଟରେ ରାଜ୍ୟବାସୀଙ୍କ ସୁଖ ସମୃଦ୍ଧି କାମନା କଲେ
ଭୁବନେଶ୍ୱର: ଆଜି ମକର ସଂକ୍ରାନ୍ତି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପବିତ୍ର ମକର ପର୍ବ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଓ ସମୃଦ୍ଧି ଭରି ଦେଉ ବୋଲି ମହାପ୍ରଭୁଙ୍କ ନିକଟରେ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।
ମକର ସଂକ୍ରାନ୍ତି ହେଉଛି ଏକ କୃଷି ଭିତ୍ତିକ ଗଣପର୍ବ । ରାଜ୍ୟ ତଥା ଦେଶର ଅନେକ ସ୍ଥାନରେ ଏହି ଦିନକୁ ପରିବାର ସହ ହର୍ଷୋଉଲ୍ଲାସର ସହ ବିତାଇଥାନ୍ତି ।
‘ମକରଠାରୁ ଦିନ ବକର ହୁଏ’, ଅର୍ଥାତ ଏହି ଦିନଠାରୁ ଦିନ କ୍ରମଶଃ ବଡ଼ ହୁଏ । ସୂର୍ଯ୍ୟଙ୍କର ତେଜ ମଧ୍ୟ ଏହି ଦିନଠାରୁ ପ୍ରଖର ହୁଏ ।
ମକର ସଂକ୍ରାନ୍ତି ଠାରୁ ସୂର୍ଯ୍ୟଙ୍କର ଉତ୍ତରାୟଣ ଗତି ହେଉଥିବାରୁ ଆଲୋକ ଏବଂ ଜୀବନର ଉତ୍ସ ସୂର୍ଯ୍ୟଙ୍କୁ ହିନ୍ଦୁମାନେ ଏହିଦିନ ପୂଜାର୍ଚ୍ଚନା କରନ୍ତି ।
ପବିତ୍ର ମକର ସଂକ୍ରାନ୍ତି ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ଏହି ପବିତ୍ର ପର୍ବ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଏବଂ ସମୃଦ୍ଧି ଭରିଦେଉ ମହାପ୍ରଭୁଙ୍କ ନିକଟରେ ଏତିକି କାମନା।#MakaraSankranti pic.twitter.com/5xhSRQrXN4
— Mohan Charan Majhi (@MohanMOdisha) January 14, 2025