fbpx

ବୀଣାପାଣି ମହାନ୍ତିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ: ରାଷ୍ଟ୍ରୀୟ ସମ୍ମାନ ସହ ହେବ ଶେଷକୃତ୍ୟ

ଭୁବନେଶ୍ୱର: ଯଶସ୍ବୀ ସାରସ୍ୱତ ସାଧକ ବୀଣାପାଣି ମହାନ୍ତିଙ୍କ ବିୟୋଗ ରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏକ ଶୋକବର୍ତ୍ତାରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟନାୟକ କହିଛନ୍ତି ଯେ ସ୍ବର୍ଗତ ବୀଣାପାଣି ମହାନ୍ତି ତାଙ୍କ ଗଳ୍ପ ଓ ଉପନ୍ୟାସ ରେ ନାରୀ ଜୀବନ ର ସଂଘର୍ଷକୁ ସଫଳତାର ସହ ଉପସ୍ଥାପନା କରିଯାଇଛନ୍ତି । ତାଙ୍କର କାଳଜୟୀ ରଚନା ନାରୀ ସଶକ୍ତିକରଣ ପାଇଁ ସବୁବେଳେ ପ୍ରେରଣା ଯୋଗାଇ ଚାଲିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ବୀଣାପାଣି ମହାନ୍ତିଙ୍କ ବିୟୋଗ ଓଡ଼ିଆ ସାରସ୍ୱତ ଜଗତରେ ଏକ ବିରାଟ ଶୂନ୍ୟତା ସୃଷ୍ଟି କରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ପରଲୋକଗତ ଆତ୍ମାର ସଦଗତି କାମନା କରିଛନ୍ତି । ସ୍ବର୍ଗତ ବୀଣାପାଣି ମହାନ୍ତିଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନ ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି

Get real time updates directly on you device, subscribe now.