fbpx

ସ୍ୱାଧୀନତା ସଂଗ୍ରାମୀଙ୍କ ଅସୁସ୍ଥତାକୁ ନେଇ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ ।୩(ଓଡିଶା ଭାସ୍କର): ଭେଟେରାନରେ ଥିବା ସ୍ୱାଧୀନତା ସଂଗ୍ରାମୀ ଭବାନୀ ଚରଣ ପଟ୍ଟନାୟକଙ୍କ ଅସୁସ୍ଥତାକୁ ନେଇ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ହୃଦରୋଗରେ ପୀଡିତ ସଂଗ୍ରାମୀଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଉପରେ ନଜର ରଖିବାକୁ କ୍ୟାପିଟାଲ ହସ୍ପିଟାଲର ନିର୍ଦ୍ଦେଶକଙ୍କ ସହ କଥା ହୋଇ ଏକ ଦଳ ଗଠନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଶ୍ରୀ ପଟ୍ଟନାୟକଙ୍କ ସମସ୍ତ ଚିକିତ୍ସା ଖର୍ଚ୍ଚ ସରକାର ବହନ କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହା ସହ ମୁଖ୍ୟମନ୍ତ୍ରୀ ନବୀନ ତାଙ୍କର ଆରୋଗ୍ୟ କାମନା କରିଛନ୍ତି ।

Get real time updates directly on you device, subscribe now.