fbpx

ବିଶିଷ୍ଟ ଡାକ୍ତର ସନାତନ ରଥଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର, ୯ା୬(ଓଡ଼ିଶା ଭାସ୍କର): ବିଶିଷ୍ଟ ଡାକ୍ତର ସନାତନ ରଥଙ୍କ ଆଜି ପରଲୋକ ଘଟିଛି । ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକପ୍ରକାଶ କରିଛନ୍ତି । ନ୍ୟୁରୋସର୍ଜନ ଭାବେ ଡାକ୍ତର ରଥ ବେଶ ଜଣାଶୁଣା ଥିଲେ । ଓଡ଼ିଶାର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ତାଙ୍କ ଅବଦାନ ସର୍ବଦା ମନେରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହାସହ ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ପରିବାର ପ୍ରତି ସେ ସମବେଦନା ଜଣାଇଛନ୍ତି ।
ଉଲ୍ଲେଖଯୋଗ୍ୟ ଯେ ବରିଷ୍ଠ ଡାକ୍ତର ସନାତନ ରଥଙ୍କ ୮୭ବର୍ଷ ବୟସରେ ପରଲୋକ ଘଟିଛି । ତାଙ୍କ ବାସଭବନରେ ତାଙ୍କର ମୃତ୍ୟୁ ହୋଇଛି । ହୃଦଘାତ ଯୋଗୁଁ ତାଙ୍କର ପରଲୋକ ହୋଇଥିବା ସୂଚନା ରହିଛି ।

Get real time updates directly on you device, subscribe now.