fbpx

ସ୍କୁଲ ରୂପାନ୍ତରଣର ଦ୍ୱିତୀୟ ପର୍ଯ୍ୟାୟ: ୫ଟି ଜିଲ୍ଲାର ୫୩୧ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଦ୍ୱିତୀୟ ପର୍ଯ୍ୟାୟରେ ୫ଟି ଜିଲ୍ଲାର ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି । ତେବେ ଏହି କାର୍ଯ୍ୟକ୍ରମ ଅବସରରେ ମୁଖ୍ୟମନ୍ତ୍ରୀ ପିଲାମାନଙ୍କ ସହିତ କଥାବାର୍ତ୍ତା କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ସହ ବାର୍ତ୍ତାଳାପ କରି ପିଲାମାନେ ଉତ୍ସାହିତ ହୋଇଥିଲେ । ସ୍କୁଲ ରୂପାନ୍ତର ହେବା ଖୁସି ପିଲାଙ୍କ ଭବିଷ୍ୟତକୁ ଅଧିକ ଆତ୍ମବିଶ୍ୱାସୀ କରାଇବ ବୋଲି ପିଲାଙ୍କର ମନୋଭାବରୁ ସ୍ପଷ୍ଟ ହୋଇଛି ।

ତେବେ ଏହି ଅବସରରେ ମୁଖ୍ୟମନ୍ତ୍ରୀ ପିଲାମାନଙ୍କୁ ଉଦବୋଧନ ଦେଇଥିଲେ । ସ୍କୁଲ ଜୀବନ ହେଉଛି ଶ୍ରେଷ୍ଠ ସମୟ, ତେଣୁ ଏହାକୁ ସଠିକ୍ ଦିଗରେ ଉପଯୋଗ କରି ଉଜ୍ଜ୍ୱଳ ଭବିଷ୍ୟତ ଗଠନ କରିବା ଆବଶ୍ୟକ । ସ୍କୁଲ ରୂପାନ୍ତରଣ ସମସ୍ତଙ୍କ ପାଇଁ ଏକ ବରଦାନ ସଦୃଶ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଆଜି ୫ଟି ଜିଲ୍ଲାର ୫୩୧ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରାଯିବା ଅବସରରେ ଢେଙ୍କାନାଳ, ଗଞ୍ଜାମ, କନ୍ଧମାଳ, ନବରଙ୍ଗପୁର ଓ ଅନୁଗୁଳର ଛାତ୍ରଛାତ୍ରୀମାନେ ସେମାନଙ୍କର ବକ୍ତବ୍ୟ ପ୍ରଦାନ କରିଥିଲେ ।

ତେବେ ଆଜି ଢେଙ୍କାନାଳର ୧୦୫ଟି, ଗଞ୍ଜାମର ୨୩୦ଟି, କନ୍ଧମାଳର ୭୩ଟି, ନବରଙ୍ଗପୁରର ୭୩ଟି ଓ ଅନୁଗୁଳ ଜିଲ୍ଲାର ୫୦ଟି ହାଇସ୍କୁଲକୁ ଲୋକାର୍ପିତ କରାଯାଇଥିଲା । ଏହି ରୂପାନ୍ତର ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ସ୍କୁଲ ମ୍ୟାନେଜମେଣ୍ଟ କମିଟି, ପଞ୍ଚାୟତ ପ୍ରତିନିଧି, ପୂରାତନ ଛାତ୍ର ସଂସଦ, ଶିକ୍ଷକ, ଶିକ୍ଷୟିତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ । ସୂଚନାଯୋଗ୍ୟ ଯେ, ଦ୍ୱିତୀୟ ପର୍ଯ୍ୟାୟରେ ମୋଟ ୨୯୦୮ଟି ହାଇସ୍କୁଲ ରୂପାନ୍ତରିତ ହୋଇଛି ।

Get real time updates directly on you device, subscribe now.