fbpx

ପ୍ରଦୀପ୍ତଙ୍କ ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିଲେ ନବୀନ

ଭୁବନେଶ୍ୱର, ୧୧/୫: ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ କରୋନାରେ ଆକ୍ରାନ୍ତ ହୋଇ ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅଛନ୍ତି । ତେବେ ଏବେବି ତାଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର ଥିବା ଜଣାପଡିଛି । ସେପଟେ ଆଜି ତାଙ୍କ ସ୍ୱାସ୍ଥ୍ୟବସ୍ଥା ବିଷୟରେ ପଚାରି ବୁଝଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ସ୍ୱାସ୍ଥ୍ୟବସ୍ଥା ନେଇ ଏମସ ଓ ଏସସିବି ଡାକ୍ତରଙ୍କ ସହ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏବେ ପ୍ରଦୀପ୍ତ କୋଭିଡ ନେଗେଟିଭ ଥିଲେବି ଫୁସଫୁସରେ ସଂକ୍ରମଣ ଥିବାରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିବା ମୁଖ୍ୟମନ୍ତ୍ରୀଙ୍କ ଜଣାଇଲେ ଡାକ୍ତର । ଅନ୍ୟପଟେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଦୀପ୍ତଙ୍କୁ ସର୍ବୋତ୍ତମ ଚିକିତ୍ସା ଯୋଗାଇଦେବାକୁ କହିଛନ୍ତି  ।

Get real time updates directly on you device, subscribe now.